Masthead

କେବେ ଶୁଣିବ ପ୍ରଶାସନ? ଗ୍ରାମବାସୀ ନିର୍ମାଣ କଲେ କାଠପୋଲ

କଲମପୁର, (ବଡ଼ ଖବର ବ୍ୟୁରୋ): ଗ୍ରାମାଞ୍ଚଳର ବିକାଶ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ମାଳ ମାଳ ଯୋଜନା ପ୍ରଣୟନ କରି କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । କିନ୍ତୁ ଗାଁ ବିକାଶ କଥା ସରକାରଙ୍କ ଡିଣ୍ଡିମ ପିଟାରେ ରହିଯାଇଛି । ତୃଣମୂଳ ସ୍ତରରେ ଏହାର ବାସ୍ତବ ଚିତ୍ର ପୂରା ଭିନ୍ନ ରହିଛି । ଏମିତି ଏକ ନଗ୍ନ ନମୁନା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ଥୁଆମୂଳ-ରାମପୁର ବ୍ଲକ ଖମନପଡ଼ା ଗାଁରେ ।

ବ୍ଲକ ମୁଖ୍ୟାଳୟଠାରୁ ମାତ୍ର ୧୦ କିଲୋମିଟର ଦୂରରେ ଅବସ୍ଥିତ ଖମନପଡ଼ା ଗାଁ । ଗାଁକୁ ଯିବା ପାଇଁ ଭଲ ରାସ୍ତାଟିଏ ନାହିଁ । ରାମପୁର-ଦୁମେରପଦର ମୁଖ୍ୟ ରାସ୍ତା ଦେର୍ଲାଛକଠାରୁ ୨କିମି ଖମନପଡ଼ା ମଧ୍ୟରେ ରହିଛି ବାଲିଜୋର ନାଳ । ଏହି ନାଳ ସାଜିଛି ଗ୍ରାମବାସୀଙ୍କ ଗମନାଗମନରେ ପ୍ରତିବନ୍ଧକ । ବାଲିଜୋରର ବେଲଘାଟଠାରେ ଏକ ପୋଲ ନିର୍ମାଣ ପାଇଁ ଗ୍ରାମବାସୀ ବାରମ୍ବାର ଜନପ୍ରତିନିଧି, ବ୍ଲକ ପ୍ରଶାସନଠାରୁ ଆରମ୍ଭ କରି ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିରରେ ଗୁହାରି କରିଛନ୍ତି । ହେଲେ କୌଣସି ସୁଫଳ ମିଳୁନାହିଁ । ଫଳରେ ବାଧ୍ୟ ହୋଇ ଗ୍ରାମବାସୀ ନିଜ ଉଦ୍ୟମରେ ବେଲଘାଟଠାରେ ଏକ କାଠ ପୋଲ ନିର୍ମାଣ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା