Masthead

୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ମେଘୁଆ ପାଗକୁ ହାଲୁକା ପବନ । ରାଜଧାନୀ ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ କିଛିଦିନ ହେଲା ଜାରି ରହିଛି ଏଭଳି ପାଗ । ଆସନ୍ତା ୨୦ ତାରିଖ ଯାଏଁ ବିଭିନ୍ନ ଜାଗାରେ କାଳବୈଶାଖୀ ବର୍ଷା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର। ଆସନ୍ତା ୩ ଘଣ୍ଟା ପାଇଁ ୫ ଜିଲ୍ଲା- ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ସୋନପୁର ଓ ସୁନ୍ଦରଗଡ଼କୁ ଜାରି ହୋଇଛି ୱାର୍ଣ୍ଣିଂ । ସେହିପରି ଆଜି ଆଉ ୫ ଜିଲ୍ଲା କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ବରର କିଛି ସ୍ଥାନରେ ଘଡ଼ଘଡ଼ି ବିଜୁଳି ସହିତ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି ।  ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ମଧ୍ୟ ବହିପାରେ ।

ସେହିଭଳି ଆସନ୍ତାକାଲି ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ହୋଇପାରେ ଅଦିନିଆ ଝଡ଼ । ୧୯ ଓ ୨୦ ତାରିଖରେ ମଧ୍ୟ ଅନେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି ।  ୧୭ ତାରିଖ ମଙ୍ଗଳବାର କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝରଓ ବାଲେଶ୍ୱରର କିଛି ସ୍ଥାନରେ ଘଡ଼ଘଡ଼ିସହ କୁଆପଥର ବର୍ଷା ଆଶଙ୍କା ଅଛି । ୧୮ ତାରିଖରେଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛିସ୍ଥାନରେ ଝଡ଼ ବର୍ଷା ହୋଇପାରେ ।୧୯ ତାରିଖରେ ଉତ୍ତର ଓଡ଼ିଶାର ଅଳ୍ପକିଛି ସ୍ଥାନରେ ବର୍ଷା ହୋଇପାରେ । ୨୦ ତାରିଖରେ ଉତ୍ତର ଓ ଦକ୍ଷିଣଓଡ଼ିଶାର ବିଭିନ୍ନ ସ୍ଥାନରେ କାଳବୈଶାଖୀପ୍ରଭାବରୁ ବର୍ଷା ଆଶଙ୍କା ଥିବା ପାଣିପାଗବିଭାଗ ଆକଳନ କରିଛି । ସୋମବାର ଜଗତସିଂହପୁର ଓ ପାରାଦୀପରେ ସାମାନ୍ୟ ବର୍ଷା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ