୭ ଜିଲ୍ଲାରେ କାଳବୈଶାଖୀ !

ଭୁବନେଶ୍ବର( ବଡ଼ ଖବର ବ୍ୟୁରୋ): ସୋମବାରଠାରୁ ୭ ଜିଲ୍ଲାରେ ବର୍ଷା ସମ୍ଭାବନା । ରାୟଗଡ଼ା, କୋରାପୁଟ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । କାଳବୈଶାଖୀ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଅନ୍ୟଜିଲ୍ଲା ଗୁଡିକରେ ପାଗ ଶୁଖିଲା ରହିବ । ଗତ ୨ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେଉଥିବାରୁ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି ।

ସେହିପରି ରାଜ୍ୟରେ ସୋମବାରଠାରୁ କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବ ବୋଲି ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ପୂର୍ବାନୁମାନ କରିଛନ୍ତି । ଅନ୍ୟପକ୍ଷେ ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି, ଏବେ କିଛି ଦିନ ରାଜ୍ୟରେ ତାପମାତ୍ରା ବିଶେଷ ବଢ଼ିବନି । ୬ ତାରିଖରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ହେଲେ ୧୨ ତାରିଖ ପରେ ତାତି ବଢ଼ିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’