ସାମାନ୍ୟ ବଚସାରୁ ପ୍ରେମିକାକୁ ହତ୍ୟା, ଗିରଫ ହେଲା ପ୍ରେମିକ

କାମାକ୍ଷାନଗର(ବଡ଼ ଖବର ବ୍ୟୁରୋ): ସାମାନ୍ୟ ବଚସାରୁ ପ୍ରେମିକାକୁ ହତ୍ୟା । ଘର ଭିତରୁ ମିଳିଲା ଯୁବତୀଙ୍କ ମୃତଦେହ । ଗତ ଗୁରୁବାର ଲୋକନାଥପୁର ଗ୍ରାମ ବନ୍ଦ ଘରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ଘଟଣା ପ୍ରେମିକକୁ ଗିରଫ କଲା କାମାକ୍ଷାନଗର ପୋଲିସ। ଗିରଫ ପ୍ରେମିକ ହେଲେ ଢେଙ୍କାନାଳ ସଦର ଥାନା ବଉଳପୂର ଗ୍ରାମର ଶିବ ପ୍ରସାଦ ସେନାପତି। ପୂର୍ବରୁ ଉଭୟଙ୍କର ପ୍ରେମ ସଂପର୍କ ଥିଲା । ଗତ ୭ ତାରିଖରେ ଘରେ କେହି ନଥିବାର ସୁଯୋଗ ନେଇ ପ୍ରେମିକ ଶିବପ୍ରସାଦ ଯୁବତୀଙ୍କ ଘରକୁ ଆସିଥିଲେ।

କୈାଣସି କାରଣ ବସତଃ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା ଏଥିରେ ଉତକ୍ଷିପ୍ତ ହୋଇ ପ୍ରେମିକ ଶିବପ୍ରସାଦ ପ୍ରେମିକାର ତଣ୍ଟିକୁ ଚିପି ହତ୍ୟା କରି ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲା। ଘଟଣାସ୍ଥଳରେ କାମାକ୍ଷାନଗର ଥାନା ପୋଲିସ ଲୋକନାଥପୂର ଗ୍ରାମରେ ପହଞ୍ଚି ଲକ୍ଷ୍ମି ଖୁଣ୍ଟିଆଙ୍କ ମୃତଦେହ ଘର ଭିତରୁ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ କରି ପ୍ରେମିକ ଶିବପ୍ରସାଦକୁ ଗିରଫ କରିବା ସହ ଅଭିଯୁକ୍ତକୁ କୋର୍ଟ ଚାଲାଣ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!