Masthead

ଶିକ୍ଷକ ନିଯୁକ୍ତି ଦାବିରେ ଗେଟରେ ତାଲା ପକାଇଲେ ଛାତ୍ରଛାତ୍ରୀ ଓ ଅଭିଭାବକ

କାମାକ୍ଷାନଗର (ବଡ଼ ଖବର ବ୍ୟୁରୋ): ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ଼ ବ୍ଲକ ଗଡ଼ପଳାଶୁଣୀ ପଞ୍ଚାୟତ ଜରଡ଼ା ପ୍ରାଥମିକ ବିଦ୍ୟାଳୟରେ ତାଲା ପକାଇ ଧାରଣାରେ ବସିଲେ ଶତାଧିକ ଛାତ୍ରଛାତ୍ରୀ ଓ ଅଭିଭାବକ । ନୂତନ ଶିକ୍ଷକ ନିଯୁକ୍ତି ଦାବିରେ ଧାରଣା ଦେଲେ ଗ୍ରାମବାସୀ ଓ ଛାତ୍ରଛାତ୍ରୀ । ସୂଚନା ଅନୁସାରେ ଜରଡ଼ା ପ୍ରାଥମିକ ବିଦ୍ୟାଳୟରେ ପ୍ରଥମ ଶ୍ରେଣୀରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢାହୋଇଥାଏ । ଏଠାରେ ମୋଟ ଉପରେ ୧୨୫ ଜଣ ଛାତ୍ରଛାତ୍ରୀ ଥିବାବେଳେ ଦୁଇ ଜଣ ଶିକ୍ଷକ ପିଲାମାନଙ୍କ ପାଇଁ ଶିକ୍ଷାଦାନ କରୁଛନ୍ତି । କିନ୍ତୁ ଅନେକ ସମୟରେ ସେହି ଦୁଇଜଣ ଶିକ୍ଷକଙ୍କ ମଧ୍ୟରୁ ଜଣେ ଛୁଟିରେ ଗଲେ ଛାତ୍ରଛାତ୍ରୀଙ୍କ ପାଠପଢାରେ ଅନେକ ସମସ୍ୟା ଦେଖାଯାଉଛି ।

ଏ ସମ୍ପର୍କରେ ସ୍କୁଲ କମିଟି ଗ୍ରାମବାସୀମାନେ କଙ୍କଡାହାଡ଼ ବ୍ଲକ ଶିକ୍ଷାଅଧିକାରୀ, ଢେଙ୍କାନାଳ ଜିଲ୍ଲା ଶିକ୍ଷାଅଧିକାରୀ ଓ ଜିଲ୍ଲାପାଳଙ୍କୁ ବାରମ୍ବାର ଜଣାଇଥିଲେ ମଧ୍ୟ କୌଣସି ସୁଫଳ ହୋଇପାରିନାହିଁ । ଫଳରେ ଅତିଷ୍ଠ ହୋଇ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସମେତ ଗ୍ରାମବାସୀମାନେ ସ୍କୁଲ ଗେଟରେ ତାଲା ପକାଇ ଧାରଣାରେ ବସିଛନ୍ତି । ପ୍ରଶାସନ ତରଫରୁ ବିଦ୍ୟାଳୟରେ ନୂତନ ଶିକ୍ଷକ ନିଯୁକ୍ତି କରାନଗଲେ ଆଗାମୀ ଦିନରେ ମଧ୍ୟ ସ୍କୁଲକୁ ବନ୍ଦ କରାଯିବା ନେଇ ଗ୍ରାମବାସୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା