Masthead

‘କମଲନାଥ କଂଗ୍ରେସରେ ଅଛନ୍ତି ରହିବେ’

ଭୋପାଳ (ବଡ଼ ଖବର ବ୍ୟୁରୋ): ମଧ୍ୟପ୍ରଦେଶରୁ ଏବେ ଏକ ବଡ ଖବର ଆସିଛି । ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥ ବିଜେପିରେ ସାମିଲ ହେବେ ନାହିଁ  ବୋଲି ବିଶେଷ ସୂତ୍ରରୁ ଜଣାପଡ଼ିଛି ତାଙ୍କ ସାଂସଦ ପୁଅ ନକୁଲନାଥ ଓ କିଛି ବିଧାୟକ ବିଜେପିରେ ସାମିଲ ହୋଇପାରନ୍ତି  ବୋଲି ଚର୍ଚ୍ଚା ହେଉଛି। କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ସହ ଆଲୋଚନା କରିବା ପରେ କମଲନାଥ କଂଗ୍ରେସରେ ରହିବେ ବୋଲି ନିଷ୍ପତ୍ତି ନେଇଛନ୍ତି ।ମଧ୍ୟପ୍ରଦେଶ କଂଗ୍ରେସ କଂଗ୍ରେସ ଅଧ୍ୟକ୍ଷ ଜିତୁ ପଟୱାରି, ପୂର୍ବତନ ମନ୍ତ୍ରୀ ସଜ୍ଜନ ସିଂହ ବର୍ମା ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗବିଜୟ ସିଂହ ପୂର୍ବରୁ କମଲନାଥ ବିଜେପିରେ ସାମିଲ ହେବା ଖବରକୁ ଖାରଜ କରିଥିଲେ ।

ମଧ୍ୟପ୍ରଦେଶ ପୂର୍ବତନ ମନ୍ତ୍ରୀ ସଜ୍ଜ୍‌ନ ବର୍ମା ରବିବାର ନୂଆଦିଲ୍ଲୀରେ କମଲନାଥଙ୍କୁ ଭେଟି ଆଲୋଚନା କରିଥିଲେ । ଏହି ଆଲୋଚନା କମଲନାଥଙ୍କ ଘରେ ପ୍ରାୟ ୩ ମିନିଟ୍ ପର୍ଯ୍ୟନ୍ତ ଚାଲିଥିଲା । ମିଡିଆ ସହ ଆଲୋଚନା ସମୟରେ ସଜ୍ଜନ ବର୍ମା କହିଥିଲେ କି କମଲନାଥଙ୍କ ସହ କିଛି ପଏଣ୍ଟକୁ ନେଇ ଚର୍ଚ୍ଚା ହୋଇଛି । ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ସହ ମଧ୍ୟ ତାଙ୍କର କଥା ହୋଇଛି । ମୁଁ ୪୦ ବର୍ଷ ଧରି ତାଙ୍କ ସହ ଅଛି । ଯେଉଁଠି କମଲନାଥ ଅଛନ୍ତି ସେଠି ମୁଁ ରହିବି । ସେ କହିଥିଲେ କମଲନାଥ ଆଜି କଂଗ୍ରେସରେ ଅଛନ୍ତି କାଲି ବି କଂଗ୍ରେସରେ ରହିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ