Masthead

କମଳା ହାରିସ ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ: ଡେମେକ୍ରାଟିକ୍ ପାର୍ଟି ପକ୍ଷରୁ ପ୍ରାର୍ଥୀ ଘୋଷଣା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  କମଳା ହାରିସ ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ । ଭାରତୀୟ ବଂଶଜ କମଳା ହାରିସ ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଲଢ଼ିବେ । ଏନେଇ ଡେମୋକ୍ରାଟିକ୍ ପ୍ରାର୍ଥୀ ପକ୍ଷରୁ ଘୋଷଣା କରାଯାଇଛି । ପୂର୍ବତନ ରାଷ୍ଟ୍ରପତି ଜୋ ବାଇଡେନ ରାଷ୍ଟ୍ରପତି ପ୍ରାର୍ଥୀ ଦୌଡ଼ରୁ ନିଜର ନାମ ପ୍ରତ୍ୟାହାର କରିନେବା ପରେ କମଳାଙ୍କ ପ୍ରାର୍ଥୀତ୍ୱକୁ ନେଇ କ୍ରମାଗତ ଭାବେ ଚର୍ଚ୍ଚା ହେଉଥିଲା । ପୂର୍ବତନ ରାଷ୍ଟ୍ରପତି ବରାକ ଓବାମା ମଧ୍ୟ କମଳାଙ୍କ ପ୍ରାର୍ଥୀତ୍ୱକୁ ସମର୍ଥନ କରିଛନ୍ତି । ଏନେଇ କମଳା ହାରିସ ନିଜର ସୋସିଆଲ ମିଡ଼ିଆ ଆକାଉଣ୍ଟ ଏକ୍ସ’ରେ ଏକ ପୋଷ୍ଟ ଶେୟାର କରି ସୂଚନା ଦେଇଛନ୍ତି ।

ସେ ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଲଢ଼ିବା ନେଇ ଫର୍ମ ସାଇନ୍ସ କରିଛନ୍ତି ଓ ଅଫିସିଆଲ ଭାବେ ଘୋଷଣା କରୁଛନ୍ତି ବୋଲି କମଳା କହିଛନ୍ତି । କମଳାଙ୍କ ରାଷ୍ଟ୍ରପତି ପ୍ରାର୍ଥୀତ୍ୱକୁ ଜୋ ବାଇଡେନଙ୍କ ସମେତ ଡେମୋକ୍ରାଟିକ ପାର୍ଟିର ଅନେକ ବଡ଼ ବଡ଼ ନେତା ସମର୍ଥନ କରୁଛନ୍ତି । ପୂର୍ବତନ ରାଷ୍ଟ୍ରପତି ଓବାମାଙ୍କ ଠାରୁ ଆରମ୍ଭ କରି ପୂର୍ବତନ ହାଉସ୍ ଅଫ୍ ରିପ୍ରେଜେଣ୍ଟେଟିସ୍ ନାନ୍ସି ପେଲୋସୀ ମଧ୍ୟ ତାଙ୍କୁ ସମର୍ଥନ କରୁଛନ୍ତି । ବାଇଡେନ ପ୍ରାର୍ଥୀ ଦୌଡ଼ରୁ ଓହରିଯିବା ପରେ ସେ କମଳାଙ୍କୁ ସମର୍ଥନ କରିଥିଲେ । ନଭେମ୍ବରରେ ହେବ ଆମେରିକାର ରାଷ୍ଟ୍ରପତି ନିର୍ବାଚନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ