Masthead

କମଳା ହାରିସ ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ: ଡେମେକ୍ରାଟିକ୍ ପାର୍ଟି ପକ୍ଷରୁ ପ୍ରାର୍ଥୀ ଘୋଷଣା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  କମଳା ହାରିସ ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ । ଭାରତୀୟ ବଂଶଜ କମଳା ହାରିସ ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଲଢ଼ିବେ । ଏନେଇ ଡେମୋକ୍ରାଟିକ୍ ପ୍ରାର୍ଥୀ ପକ୍ଷରୁ ଘୋଷଣା କରାଯାଇଛି । ପୂର୍ବତନ ରାଷ୍ଟ୍ରପତି ଜୋ ବାଇଡେନ ରାଷ୍ଟ୍ରପତି ପ୍ରାର୍ଥୀ ଦୌଡ଼ରୁ ନିଜର ନାମ ପ୍ରତ୍ୟାହାର କରିନେବା ପରେ କମଳାଙ୍କ ପ୍ରାର୍ଥୀତ୍ୱକୁ ନେଇ କ୍ରମାଗତ ଭାବେ ଚର୍ଚ୍ଚା ହେଉଥିଲା । ପୂର୍ବତନ ରାଷ୍ଟ୍ରପତି ବରାକ ଓବାମା ମଧ୍ୟ କମଳାଙ୍କ ପ୍ରାର୍ଥୀତ୍ୱକୁ ସମର୍ଥନ କରିଛନ୍ତି । ଏନେଇ କମଳା ହାରିସ ନିଜର ସୋସିଆଲ ମିଡ଼ିଆ ଆକାଉଣ୍ଟ ଏକ୍ସ’ରେ ଏକ ପୋଷ୍ଟ ଶେୟାର କରି ସୂଚନା ଦେଇଛନ୍ତି ।

ସେ ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଲଢ଼ିବା ନେଇ ଫର୍ମ ସାଇନ୍ସ କରିଛନ୍ତି ଓ ଅଫିସିଆଲ ଭାବେ ଘୋଷଣା କରୁଛନ୍ତି ବୋଲି କମଳା କହିଛନ୍ତି । କମଳାଙ୍କ ରାଷ୍ଟ୍ରପତି ପ୍ରାର୍ଥୀତ୍ୱକୁ ଜୋ ବାଇଡେନଙ୍କ ସମେତ ଡେମୋକ୍ରାଟିକ ପାର୍ଟିର ଅନେକ ବଡ଼ ବଡ଼ ନେତା ସମର୍ଥନ କରୁଛନ୍ତି । ପୂର୍ବତନ ରାଷ୍ଟ୍ରପତି ଓବାମାଙ୍କ ଠାରୁ ଆରମ୍ଭ କରି ପୂର୍ବତନ ହାଉସ୍ ଅଫ୍ ରିପ୍ରେଜେଣ୍ଟେଟିସ୍ ନାନ୍ସି ପେଲୋସୀ ମଧ୍ୟ ତାଙ୍କୁ ସମର୍ଥନ କରୁଛନ୍ତି । ବାଇଡେନ ପ୍ରାର୍ଥୀ ଦୌଡ଼ରୁ ଓହରିଯିବା ପରେ ସେ କମଳାଙ୍କୁ ସମର୍ଥନ କରିଥିଲେ । ନଭେମ୍ବରରେ ହେବ ଆମେରିକାର ରାଷ୍ଟ୍ରପତି ନିର୍ବାଚନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ