Masthead

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କାନିମୋଇ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସର୍ବ ଭାରତୀୟ ପରୀକ୍ଷାରେ ଗ୍ରାମାଞ୍ଚଳ ଛାତ୍ରଛାତ୍ରୀଙ୍କ ହେଉଥିବା ସମସ୍ୟା ପ୍ରସଙ୍ଗ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଠାଇଥିବା ପ୍ରସଙ୍ଗକୁ ସମର୍ଥନ ଦେଇଛନ୍ତି କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଏମ୍‍.କେ.ଷ୍ଟାଲିନ । ଏହି ପ୍ରସଙ୍ଗରେ ଡିଏମକେ ସଂସଦୀୟ ଦଳର ଉପନେତା ତଥା ଷ୍ଟାଲିନଙ୍କ ଭଉଣୀ କାନିମୋଇ କରୁଣାନିଧି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ଆଜି ନବୀନ ନିବାସରେ ଉଭୟ ନେତାଙ୍କ ମଧ୍ୟରେ ହୋଇଥିବା ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି କେ ପଣ୍ଡିଆନ ଉପସ୍ଥିତ ଥିଲେ ।

ବୈଠକ ସମୟରେ କନିମୋଇ ନବୀନଙ୍କୁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‍.କେ.ଷ୍ଟାଲିନଙ୍କ ପତ୍ର ପ୍ରଦାନ କରିଛନ୍ତି ।ଗ୍ରାମାଞ୍ଚଳର ତଥା ଗରିବ ପରିବାରର ଛାତ୍ରଛାତ୍ରୀମାନେ ନିଟ୍‍ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବାରେ ସମ୍ମୁଖୀନ ହେଉଥିବା ସମସ୍ୟା ବାବଦରେ ଦୁଇ ନେତା ଆଲୋଚନା କରିଛନ୍ତି । ତାମିଲନାଡୁ ମୁଖ୍ୟମନ୍ତ୍ରୀ ଷ୍ଟାଲିନ ତାଙ୍କ ଚିଠିରେ ନିଟ୍‍ ୟୁଜି ପରୀକ୍ଷାରେ ପାଶ୍‍ କରିବାରେ ଗ୍ରାମାଞ୍ଚଳର ଛାତ୍ରଛାତ୍ରୀ ସମ୍ମୁଖୀନ ହେଉଥିବା ସମସ୍ୟା ଏବଂ ପରୀକ୍ଷାକୁ ଅନ୍ତର୍ଭୂକ୍ତ କରିବାର ଆବଶ୍ୟକତା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଏହା ପୂର୍ବରୁ କେନ୍ଦ୍ର ସରକାରଙ୍କ ନିକଟରେ ଏହି ପ୍ରସଙ୍ଗ ଉଠାଇଥିଲେ । ଜାତୀୟ ପରୀକ୍ଷାକୁ ଅନ୍ତର୍ଭୂକ୍ତ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ । ନିଟ୍‍, ଆଇଆଇଟି ଏବଂ ୟୁପିଏସ୍ସି କୁ ନେଇ ଏହି ଦିଗରେ ପଦକ୍ଷେପ ନେବାକୁ ନବୀନ କେନ୍ଦ୍ର ସରକାରଙ୍କୁ ପରାମର୍ଶ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା