Masthead

କଣ୍ଟାବାଞ୍ଜି ଫାଇଟ, ମଇଦାନରେ ତିନି ହେଭିୱେଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ:) ବିଜେଡିର ପଞ୍ଚମ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ତାଲିକାରେ ୯ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। କଣ୍ଟାବାଞ୍ଚିରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲଢ଼ିବେ ବୋଲି ଘୋଷଣା କରାଯାଇଛି। ୨୦୧୯ ଭଳି ୨ଟି ଆସନରୁ ନିର୍ବାଚନ ଲଢିବେ ମୁଖ୍ୟମନ୍ତ୍ରୀ । ପୂର୍ବରୁ ହିଞ୍ଜିଳି ଆସନରୁ ମୁଖ୍ୟମନ୍ତ୍ରୀ ବିଜେଡି ପ୍ରାର୍ଥୀ ହୋଇଥିବା ବେଳେ ଆଜି କଣ୍ଟାବାଞ୍ଜିରୁ ନବୀନ ଲଢିବା ନେଇ ଘୋଷଣା ହୋଇଛି ।

ଏହାପୂର୍ବରୁ ୨୦୧୯ରେ ହିଞ୍ଜିଳି ସହ ବିଜେପୁର ଆସନରୁ ନିର୍ବାଚନ ଲଢିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉଭୟ ଆସନରେ ମୁଖ୍ୟମନ୍ତ୍ରୀ ବିଜୟୀ ହୋଇଥିବା ବେଳେ ପରେ ବିଜେପୁର ଆସନ ଛାଡି ହିଞ୍ଜିଳି ଆସନ ରଖିଥିଲେ । ଏଥର କିନ୍ତୁ କଣ୍ଟା ବାଞ୍ଜି ଦେଖିବ ବିଗ୍ ଫାଇଟ । କାରଣ ବିଜେଡିରୁ ନବୀନ ପଟ୍ଟନାୟକ ବିଜେପିରୁ ଲକ୍ଷଣ ବାଗ ଓ କଂଗ୍ରେସରୁ ସନ୍ତୋଷ ସିଂ ସାଲୁଜାଙ୍କ ମଧ୍ୟରେ ହେବ କଡ଼ା ଟକ୍କ୍ର । ସାମ୍ନାସାମ୍ନି ହେବେ ତିନି ହେବି ୱେଟ ।

 ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଆସନରୁ ଲଢ଼ିବା ନେଇ ଘୋଷଣା ପରେ ଲକ୍ଷ୍ମଣ ଏବଂ ସାଲୁଜାଙ୍କ ଚିନ୍ତା ବଢ଼ିଯାଇଛି। ସେମାନଙ୍କର ବିଜୟ ନେଇ ଏବେ ଆଶଙ୍କା ପ୍ରକାଶ ପାଇଛି। ସେମାନଙ୍କ ଆଗରେ ମୁଖ୍ୟମନ୍ତ୍ରୀ ମୁଖ୍ୟ ପ୍ରତିଦ୍ବନ୍ଦ୍ବୀ ଭାବେ ଛିଡ଼ା ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି