କଣ୍ଟାବାଞ୍ଜି ଫାଇଟ, ମଇଦାନରେ ତିନି ହେଭିୱେଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ:) ବିଜେଡିର ପଞ୍ଚମ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ତାଲିକାରେ ୯ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। କଣ୍ଟାବାଞ୍ଚିରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲଢ଼ିବେ ବୋଲି ଘୋଷଣା କରାଯାଇଛି। ୨୦୧୯ ଭଳି ୨ଟି ଆସନରୁ ନିର୍ବାଚନ ଲଢିବେ ମୁଖ୍ୟମନ୍ତ୍ରୀ । ପୂର୍ବରୁ ହିଞ୍ଜିଳି ଆସନରୁ ମୁଖ୍ୟମନ୍ତ୍ରୀ ବିଜେଡି ପ୍ରାର୍ଥୀ ହୋଇଥିବା ବେଳେ ଆଜି କଣ୍ଟାବାଞ୍ଜିରୁ ନବୀନ ଲଢିବା ନେଇ ଘୋଷଣା ହୋଇଛି ।

ଏହାପୂର୍ବରୁ ୨୦୧୯ରେ ହିଞ୍ଜିଳି ସହ ବିଜେପୁର ଆସନରୁ ନିର୍ବାଚନ ଲଢିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉଭୟ ଆସନରେ ମୁଖ୍ୟମନ୍ତ୍ରୀ ବିଜୟୀ ହୋଇଥିବା ବେଳେ ପରେ ବିଜେପୁର ଆସନ ଛାଡି ହିଞ୍ଜିଳି ଆସନ ରଖିଥିଲେ । ଏଥର କିନ୍ତୁ କଣ୍ଟା ବାଞ୍ଜି ଦେଖିବ ବିଗ୍ ଫାଇଟ । କାରଣ ବିଜେଡିରୁ ନବୀନ ପଟ୍ଟନାୟକ ବିଜେପିରୁ ଲକ୍ଷଣ ବାଗ ଓ କଂଗ୍ରେସରୁ ସନ୍ତୋଷ ସିଂ ସାଲୁଜାଙ୍କ ମଧ୍ୟରେ ହେବ କଡ଼ା ଟକ୍କ୍ର । ସାମ୍ନାସାମ୍ନି ହେବେ ତିନି ହେବି ୱେଟ ।

 ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଆସନରୁ ଲଢ଼ିବା ନେଇ ଘୋଷଣା ପରେ ଲକ୍ଷ୍ମଣ ଏବଂ ସାଲୁଜାଙ୍କ ଚିନ୍ତା ବଢ଼ିଯାଇଛି। ସେମାନଙ୍କର ବିଜୟ ନେଇ ଏବେ ଆଶଙ୍କା ପ୍ରକାଶ ପାଇଛି। ସେମାନଙ୍କ ଆଗରେ ମୁଖ୍ୟମନ୍ତ୍ରୀ ମୁଖ୍ୟ ପ୍ରତିଦ୍ବନ୍ଦ୍ବୀ ଭାବେ ଛିଡ଼ା ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ