Masthead

ଦଧିବାମନଙ୍କୁ ପରସାଗଲା ୧୯୩ ପ୍ରକାର ବ୍ୟଞ୍ଜନ

କଣ୍ଟାମାଳ(ବଡ଼ ଖବର ବ୍ୟୁରୋ): ମାର୍ଗଶୀର ଶୁକ୍ଳପକ୍ଷ ଦ୍ୱାଦଶୀକୁ ବ୍ୟଞ୍ଜନ ଦ୍ୱାଦଶୀ କୁହାଯାଏ । ଏହି ଦ୍ୱାଦଶୀରେ ଅନୁଷ୍ଠିତ ଧର୍ମକର୍ମର ନିଶ୍ଚିତ ଫଳମିଳେ ବୋଲି ଲୋକ ବିଶ୍ୱାସ ରହିଛି । ଗୌଡ଼ିୟ ବୈଷ୍ଣବ ସମ୍ପ୍ରଦାୟର ଅନୁଗାମୀମାନଙ୍କର ଏହା ଏକ ପ୍ରମୁଖ ପର୍ବ । ଆଜିର ଦିବସରେ ଯଶୋଦା ମା’ ତାଙ୍କ ପୁତ୍ର ଶ୍ରୀକୃଷ୍ଣଙ୍କ ଉଦ୍ଦେଶ୍ୟରେ ନାନାଦି ପ୍ରକାର ସୁସ୍ୱାଦୁ ବ୍ୟଞ୍ଜନ ପ୍ରସ୍ତୁତ କରି ଖାଇବାକୁ ଦେଇଥିଲେ ବୋଲି କିମ୍ବଦନ୍ତୀ ରହିଛି । ମା’ ଯଶୋଦା ଦିନେ ହଠାତ ଦେଖିଲେ ତାଙ୍କ ପୁତ୍ର କାହ୍ନୁ ନଖାଇ ନପିଇ ଶୁଖିଗଲେଣି । ଏହାପରେ ମାତା ଯଶୋଦା ନାନାଦି ସୁସ୍ୱାଦୁ ବ୍ୟଞ୍ଜନ ପ୍ରସ୍ତୁତ କରି ଶ୍ରୀକୃଷ୍ଣଙ୍କୁ ଖୁଆଇଥିଲେ । ଏହି ପରମ୍ପରାକୁ ବଜାୟ ରଖିବା ବ୍ୟଞ୍ଜନ ଦ୍ୱାଦଶୀ ପାଳନ କରାଯାଇଛି । ବୌଦ୍ଦ ଜିଲ୍ଲାର ପଦର ପଡ଼ା ଗ୍ରାମରେ ମଧ୍ୟ ଆଜି ବ୍ୟଞ୍ଜନ ଦ୍ୱାଦଶୀ ପାଳନ କରାଯାଇଛି । ୧୯୩ ପ୍ରକାର ବ୍ୟଞ୍ଜନ ଭଗବାନ ଦଧିବାମନଙ୍କ ଠାରେ ସମର୍ପଣ କରାଯାଇଥିଲା । ପ୍ରକୃତି ପ୍ରେମୀ ନିଳାମ୍ବର ଖମାରୀଙ୍କ ତତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି