Masthead

ନିଖିଳ ଭାରତ ସମବାୟ ସପ୍ତାହ

କଣ୍ଟାମାଳ(ବଡ଼ ଖବର ବ୍ୟୁରୋ): ବୌଦ୍ଧ ଜିଲ୍ଲା ସମବାୟ ସଂଘ ତରଫରୁ ୬୭ତମ ନିଖିଳ ଭାରତ ସମବାୟ ସପ୍ତାହ ଗିରାସିଙ୍ଗାସ୍ଥିତ ଶ୍ରୀ ଶ୍ରୀ ଜଗନ୍ନାଥ ବନ ପ୍ରକଳ୍ପରେ ଅନୁଷ୍ଠିତ ହୋଇଯାଇଛି । ସତ୍ୟଜିତ କୁମାର ପଣ୍ଡାଙ୍କ ଆବାହକତ୍ୱରେ ଓ ସଭାପତି ବିଭୁପ୍ରସାଦ କ୍ଷେତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ବୌଦ୍ଧ ସମବାୟ ସମିତି ସମୂହର ସହକାରୀ ନିବନ୍ଧକ ଭୀମସେନ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ସମବାୟ ସପ୍ତାହ ପାଳନର ଉପାଦେୟତା ଉପରେ ଆଲୋକପାତ କରିଥିଲେ । ସମବାୟ ଅନୁଷ୍ଠାନଗୁଡିକ ସୁଦୃଢ ହେଲେ ଚାଷୀ, ଶ୍ରମିକ ଓ ମହିଳାମାନଙ୍କ ଆର୍ଥିକ ଓ ସାମାଜିକ ବିକାଶ ହୋଇପାରିବ ବୋଲି ସେ କହିଥିଲେ । କାର୍ଯ୍ୟକ୍ରମରେ ବୌଦ୍ଧଜିଲ୍ଲାର ବିଭିନ୍ନ ସମବାୟ ସମିତିର ପୂର୍ବତନ ସଭାପତି, ସମ୍ପାଦକ ଓ କର୍ମକର୍ତ୍ତାମାନେ ଯୋଗଦେଇଥିଲେ । ଶେଷରେ ପୟୋଧର ମହାକୁଳ ଧନ୍ୟବାଦ ଅର୍ପଣ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’