ଆଜି କର୍ଣ୍ଣାଟକ ବିଧାନସଭା ନିର୍ବାଚନ ତାରିଖ ଘୋଷଣା

କର୍ଣ୍ଣାଟକ(ବଡ଼ ଖବର ବ୍ୟୁରୋ): ଆଜି କର୍ଣ୍ଣାଟକ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ହେବ। ପୂର୍ବାହ୍ନ ୧୧.୩୦ରେ ଏକ ସାମ୍ବାଦିକ ସମ୍ମିଳନୀ କରି ନିର୍ବାଚନ ଆୟୋଗ ନିର୍ବାଚନ ତାରିଖ ଘୋଷଣା କରିବେ। ଏଥିସହ ନିର୍ବାଚନ ଫଳାଫଳ କେବେ ଆସିବ ସେନେଇ ମଧ୍ୟ ସୂଚନା ଦେବେ। ତେବେ ତାରିଖ ଘୋଷଣା କରିବା ପରେ ଆଜିଠୁ କର୍ଣ୍ଣାଟକରେ ନିର୍ବାଚନ ଆଚରଣବିଧି ଲାଗୁ ହେବ । କର୍ଣ୍ଣାଟକରେ ୨୨୪ଟି ବିଧାନସଭା ଆସନ ପାଇଁ ମତଦାନ ଗ୍ରହଣ କରାଯିବ । ଆସନ୍ତା ମେ ୨୪ ତାରିଖରେ କ୍ଷମତାରେ ଥିବା ବାସବରାଜ ବୋମାଇ ସରକାରଙ୍କ କାର୍ଯ୍ୟକାଳ ସରୁଛି ।

୨୨୪ ଆସନରେ ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା କରିବେ ଇଲେକ୍ସନ କମିସନ । ସେପଟେ କର୍ଣ୍ଣାଟକ ବିଧାନସଭା ନିର୍ବାଚନକୁ ନେଇ ସବୁ ଦଳ ପକ୍ଷରୁ ଜୋରସୋରରେ ପ୍ରସ୍ତୁତି ଚାଲିଛି । କଂଗ୍ରେସ ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ୧୨୪ ପ୍ରାର୍ଥୀଙ୍କ ନାଁ ମଧ୍ୟ ଘୋଷଣା କରାଯାଇଛି । ଅନ୍ୟପଟେ ତାରିଖ ଘୋଷଣା ହୋଇନି କିନ୍ତୁ ରାଜ୍ୟରେ ନିର୍ବାଚନୀ ପ୍ରଚାର ଜୋରଦାର ଚାଲିଛି। ବିଜେପି, କଂଗ୍ରେସ ସମେତ ଜେଡିଏସ ନିର୍ବାଚନରେ ତିନି ପ୍ରମୁଖ ଦଳ। ଉଭୟ ଦଳର ଶୀର୍ଷ ନେତା ଏବେ ବିଭିନ୍ନ ସ୍ଥାନରେ ଜୋରଦାର ପ୍ରଚାର କରୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ