Masthead

ଆଜି କର୍ଣ୍ଣାଟକ ବିଧାନସଭା ନିର୍ବାଚନ ତାରିଖ ଘୋଷଣା

କର୍ଣ୍ଣାଟକ(ବଡ଼ ଖବର ବ୍ୟୁରୋ): ଆଜି କର୍ଣ୍ଣାଟକ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ହେବ। ପୂର୍ବାହ୍ନ ୧୧.୩୦ରେ ଏକ ସାମ୍ବାଦିକ ସମ୍ମିଳନୀ କରି ନିର୍ବାଚନ ଆୟୋଗ ନିର୍ବାଚନ ତାରିଖ ଘୋଷଣା କରିବେ। ଏଥିସହ ନିର୍ବାଚନ ଫଳାଫଳ କେବେ ଆସିବ ସେନେଇ ମଧ୍ୟ ସୂଚନା ଦେବେ। ତେବେ ତାରିଖ ଘୋଷଣା କରିବା ପରେ ଆଜିଠୁ କର୍ଣ୍ଣାଟକରେ ନିର୍ବାଚନ ଆଚରଣବିଧି ଲାଗୁ ହେବ । କର୍ଣ୍ଣାଟକରେ ୨୨୪ଟି ବିଧାନସଭା ଆସନ ପାଇଁ ମତଦାନ ଗ୍ରହଣ କରାଯିବ । ଆସନ୍ତା ମେ ୨୪ ତାରିଖରେ କ୍ଷମତାରେ ଥିବା ବାସବରାଜ ବୋମାଇ ସରକାରଙ୍କ କାର୍ଯ୍ୟକାଳ ସରୁଛି ।

୨୨୪ ଆସନରେ ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା କରିବେ ଇଲେକ୍ସନ କମିସନ । ସେପଟେ କର୍ଣ୍ଣାଟକ ବିଧାନସଭା ନିର୍ବାଚନକୁ ନେଇ ସବୁ ଦଳ ପକ୍ଷରୁ ଜୋରସୋରରେ ପ୍ରସ୍ତୁତି ଚାଲିଛି । କଂଗ୍ରେସ ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ୧୨୪ ପ୍ରାର୍ଥୀଙ୍କ ନାଁ ମଧ୍ୟ ଘୋଷଣା କରାଯାଇଛି । ଅନ୍ୟପଟେ ତାରିଖ ଘୋଷଣା ହୋଇନି କିନ୍ତୁ ରାଜ୍ୟରେ ନିର୍ବାଚନୀ ପ୍ରଚାର ଜୋରଦାର ଚାଲିଛି। ବିଜେପି, କଂଗ୍ରେସ ସମେତ ଜେଡିଏସ ନିର୍ବାଚନରେ ତିନି ପ୍ରମୁଖ ଦଳ। ଉଭୟ ଦଳର ଶୀର୍ଷ ନେତା ଏବେ ବିଭିନ୍ନ ସ୍ଥାନରେ ଜୋରଦାର ପ୍ରଚାର କରୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର!