Masthead

କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ୟେଦ୍ୟୁରପ୍ପାଙ୍କ ଇସ୍ତଫା

ବେଙ୍ଗାଲୁରୁ(ବଡ଼ ଖବର ବ୍ୟୁରୋ): ଇସ୍ତଫା ଦେବେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ. ୟେଦ୍ୟୁରପ୍ପା । ଏନେଇ ସେ ନିଜେ ଘୋଷଣା କରିଛନ୍ତି । ତାଙ୍କ କାର୍ଯ୍ୟକାଳକୁ ଆଜି ଦୁଇବର୍ଷ ମଧ୍ୟ ପୂରିଛି । ଆଗରୁ ମଧ୍ୟ ତାଙ୍କ ଇସ୍ତଫା ବାବଦରେ ସିଧାସଳଖ ନକହିଥିଲେ ମଧ୍ୟ ପରୋକ୍ଷରେ ସୂଚନା ଦେଇଥିଲେ । ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା ଯାହା କହିବେ ସେହି ଅନୁସାରେ ନିଷ୍ପତ୍ତି ନେବେ ବୋଲି ସୂଚନା ଦେଇଥିଲେ ୟେଦ୍ୟୁରପ୍ପା । ତେବେ ଆଜି ମଧ୍ୟାହ୍ନରେ ରାଜ୍ୟପାଳଙ୍କୁ ଭେଟି ନିଜ ଇସ୍ତଫା ପତ୍ର ପ୍ରଦାନ କରିବେ । ସେ ରାଜ୍ୟର ଚତୁର୍ଥ ଥର ପାଇଁ ମୁଖ୍ୟମନ୍ତ୍ରୀ ଆସନରେ ବସିଛନ୍ତି।

ଏହି ୭୮ ବର୍ଷୀୟ ଲିଙ୍ଗାୟତ ନେତାଙ୍କ ଉତ୍ତରାଧିକାରୀ ଭାବେ ୭/୮ ଜଣ ନେତାଙ୍କ ନାମକୁ ନେଇ ବିଜେପି ବିଚାରବିମର୍ଶ କରୁଥିବା ସୂଚନା ରହିଛି। ରାଜ୍ୟରେ ନେତୃତ୍ୱ ପରିବର୍ତ୍ତନ ନେଇ କଳ୍ପନାଜଳ୍ପନା ଚାଲିଥିବା ବେଳେ ଗତକାଲି ବିଜେପି ସଭାପତି ଜେ.ପି ନଡ୍ଡା କହିଥିଲେ ବି.ଏସ୍ ୟେଦ୍ୟୁରପ୍ପା ମୁଖ୍ୟମନ୍ତ୍ରୀ ଭାବେ ଭଲ କାମ କରିଛନ୍ତି। ଶନିବାର ୟେଦ୍ୟୁରପ୍ପା କହିଥିଲେ ଯେ ସେ ଦଳର କେନ୍ଦ୍ରୀୟ ନେତୃତ୍ୱର ନିଷ୍ପତ୍ତିକୁ ପାଳନ କରିବେ। ଯଦି ଦଳ ଆଉ କାହାକୁ ତାଙ୍କର ଉତ୍ତରାଧିକାରୀ ଭାବେ ଘୋଷଣା କରିବ, ତା’ହେଲେ ସେ ଆଗାମୀ ୧୦-୧୫ ବର୍ଷ ପାଇଁ ଦଳକୁ ଆହୁରି ମଜବୁତ କରିବାକୁ ଚେଷ୍ଟା କରିବାରେ ଲାଗି ପଡ଼ିବେ। ଦଳ ଯାହା ନିଷ୍ପତ୍ତି ନେବ ସେଥିରେ ସେ ସନ୍ତୁଷ୍ଟ ହେବେ ଏବଂ ଅନୁଶାସନ ସୀମା ଅତିକ୍ରମ କରିବେ ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ