ବସରେ ଟିକେଟ କାଟିବେ ସିଦ୍ଧରମୈୟା

କର୍ଣ୍ଣାଟକ (ବଡ଼ ଖବର ବ୍ୟୁରୋ):  ଆଜି ଦିନକ ପାଇଁ ବସ କଣ୍ଡକ୍ଟର ହେବେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା । ବସରେ କାଟିବେ ଟିକେଟ । ସରକାରୀ ବସରେ ମହିଳାମାନଙ୍କୁ ମାଗଣା ଯାତ୍ରା ଲାଗି ଗତ ନିର୍ବାଚନ ବେଳେ ପ୍ରତିଶ୍ରୁତି ଦେଇଥିଲା କଂଗ୍ରେସ । ଆଉ ସେହି ପ୍ରତିଶ୍ରୁତି ପୂରଣ ପାଇଁ ଆଜି ସିଦ୍ଧରମୈୟା ବସ୍ ଭିତରେ ମହିଳା ଯାତ୍ରୀଙ୍କୁ ଦେବେ ମାଗଣା ଟିକେଟ ।

ଆଜି ‘ଶକ୍ତି ଯୋଜନା’ ଆରମ୍ଭ କରିବାକୁ ଯାଉଛନ୍ତି ସିଦ୍ଧରମୈୟା ।କାର୍ଯ୍ୟକ୍ରମ ଅନୁସାରେ ମୁଖ୍ୟମନ୍ତ୍ରୀ ବେଙ୍ଗାଲୁରୁ ମେଟ୍ରୋ ପଲିଟାନ ଟ୍ରାନ୍ସପୋର୍ଟ କର୍ପୋରେସନ ବସରେ ଯାତ୍ରା କରିବେ । ମହିଳା ଯାତ୍ରୀଙ୍କୁ ମାଗଣା ଟିକେଟ ପ୍ରଦାନ କରିବେ । ସେପଟେ ନିଜ ନିଜ ନିର୍ବାଚନ ମଣ୍ଡଳୀ ଓ ଜିଲ୍ଲାରେ ମନ୍ତ୍ରୀ ଓ ବିଧାୟକମାନେ ଏହି ଯୋଜନାର ଶୁଭାରମ୍ଭ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ