ପୂର୍ବତନ ମୁଖ୍ୟମନ୍ତ୍ରୀ ୟେଦୁରପ୍ପାଙ୍କ ନାଁରେ ଯୌନ ନିର୍ଯାତନା ଅଭିଯୋଗ

କର୍ଣ୍ଣାଟକ (ବଡ଼ ଖବର ବ୍ୟୁରୋ): କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ବି.ଏସ୍ ୟେଦୁରପ୍ପାଙ୍କ ବିରୁଦ୍ଧରେ ସଙ୍ଗୀନ ଅଭିଯୋଗ। ୟେଦୁରପ୍ପା ଜଣେ ନାବାଳିକାକୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ପୁଲିସ ତାଙ୍କ ବିରୁଦ୍ଧରେ ପୋକ୍ସୋ ଆଇନ ଆଧାରରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ୮୧ ବର୍ଷୀୟ ବି.ଏସ ୟେଦୁରପ୍ପା ଜଣେ ୧୭ ବର୍ଷର ଝିଅଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ଆଣିଛନ୍ତି।

ଫେବୃଆରୀ ୨ରେ ଏକ ସରକାରୀ ବୈଠକରେ ବିଏସ ୟେଦୁରପ୍ପା ଯୌନ ନିର୍ଯାତନା ଦେଇଥିବା ଝିଅର ମା’ ଅଭିଯୋଗ କରିଛନ୍ତି। ୟେଦୁରପ୍ପା ତାଙ୍କ ଝିଅକୁ ଯୌନ ନିର୍ଯାତନା ଦେଇଥିବା ସେ ବେଙ୍ଗାଲୁରୁର ସଦାଶିବନଗର ଥାନାରେ ଅଭିଯୋଗ କରିଛନ୍ତି। ପୀଡିତାଙ୍କ ମାଆ ଅଭିଯୋଗ କରିଛନ୍ତି ଯେ, ସେ ଏବଂ ତାଙ୍କ ଝିଅ ଏକ ଠକେଇ ମାମଲାରେ ସହାୟତା ପାଇଁ ୟେଦୁରପ୍ପାଙ୍କୁ ଭେଟିଥିଲେ। ଏହି ସମୟରେ ତାଙ୍କ ଝିଅ ସହ ୟେଦୁରପ୍ପା ଦୁର୍ବ୍ୟବହାର କରିଥିଲେ। ଫେବୃଆରୀ ୨ରେ ଏହି ଘଟଣା ଘଟିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ