Before Header

କର୍ପୂରୀ ଠାକୁରଙ୍କୁ ଭାରତ ରତ୍ନ

0 21

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କର୍ପୂରୀ ଠାକୁରଙ୍କୁ ଭାରତ ରତ୍ନ । ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁରଙ୍କୁ ଭାରତ ରତ୍ନ ସମ୍ମାନ ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ତାଙ୍କୁ ମରଣୋତ୍ତୋର ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରାଯିବ । ଆସନ୍ତା ବୁଧବାର କର୍ପୂରୀ ଠାକୁରଙ୍କ ୧୦୦ ତମ ଜନ୍ମ ଜୟନ୍ତୀ ପାଳନ ହେବାକୁ ଯାଉଛି । ଏହି ଅବସରରେ ତାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିବାକୁ ଘୋଷଣା କରାଯାଇଛି । ତେବେ ସୂଚନାଯୋଗ୍ୟ ଯେ, ଜେଡିୟୁ କର୍ପୂରୀ ଠାକୁରଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିବାକୁ ଦାବି କରିଥିଲା । ପଛୁଆ ବର୍ଗ ଲୋକଙ୍କ ଉନ୍ନତି ପାଇଁ ଜୀବନକୁ ଉତ୍ସର୍ଗ କରିଥିଲେ । ୧୯୭୦ରୁ ୧୯୭୧ ଓ ୧୯୭୭ରୁ ୧୯୭୯ ପର୍ୟ୍ୟନ୍ତ ମୁଖ୍ୟମନ୍ତ୍ରୀ ଥିଲେ । ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତରତ୍ନ ।

Leave A Reply

Your email address will not be published.