Masthead

ଆଜିଠୁ ଆରମ୍ଭ ଧର୍ମମାସ କାର୍ତ୍ତିକ; ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ବତନ୍ତ୍ର ନୀତିକାନ୍ତି

ପୁରୀ(ବଡ଼ ଖବର ବ୍ୟୁରୋ): ଆଜିଠୁ ଆରମ୍ଭ ହେଲା ଧର୍ମମାସ କାର୍ତ୍ତିକ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ବତନ୍ତ୍ର ନୀତିକାନ୍ତି । ଏକମାସ ପାଇଁ କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି । ଶ୍ରୀକ୍ଷେତ୍ରରେ ଥିବା ହବିଷ୍ୟାଳୀ ମାନେ ସଂକଳ୍ପ କରି ଆଜିଠାରୁ ଚଉଁରା ମୂଳେ ରାଧାଦାମୋଦର ପୂଜା ସହ ହବିଷ୍ୟ ବ୍ରତ ପାଳନ କରିବା ଆରମ୍ଭ କରିଛନ୍ତି । ତେବେ ଆଜି ସନ୍ଧ୍ୟାରେ ନରେନ୍ଦ୍ର କୋଣ ସ୍ଥିତ ବୃନ୍ଦାବତୀ ନିବାସ ଠାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁଖ୍ୟ ଅତିଥି ଭାବେ ଯୋଗଦେଇ ହବିଷ୍ୟାଳୀ ବ୍ରତ ୨୦୨୪ର ଶୁଭାରମ୍ଭ କରିବେ। ଏଥିସହ ପୁରୀ ବିଧାୟକ ଓ ସାଂସଦଙ୍କ ସହ ଅନ୍ୟାନ୍ୟ ମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ରହିଛି ।

ଏକ ମାସ ଧରି ଚାଲିବାକୁ ଥିବା ଏହି ବ୍ରତରେ ହବିଷ୍ୟାଳୀମାନେ ଚଉରାମୂଳେ ରାଧାଦାମଦର ପୂଜା କରିବା ସହ ହବିଷ୍ୟ ବ୍ରତ ପାଳନ କରିବା ଆରମ୍ଭ କରିଛନ୍ତି । ଶ୍ରୀକ୍ଷେତ୍ର ପୁରୀରେ ଏହି ବ୍ରତ ପାଳନର ବିଶେଷ ମହତ୍ତ୍ୱ ଥିବାରୁ ହବିଷ୍ୟାଳି ମାନଙ୍କ ଭିଡ ଜମିଛି ପୁରୀରେ । ରାଜ୍ୟ ସରକାରଙ୍କ ପକ୍ଷରୁ ଅଢେଇ ହଜାର ବ୍ରତ ଧାରିଣୀଙ୍କ ପାଇଁ ମାଗଣାରେ ସମସ୍ତ ବ୍ୟବସ୍ଥା କରାଯାଇଛି । ଏଥିସହ ମହାପ୍ରସାଦ ସେବନ, ସ୍ବାସ୍ଥ୍ୟ ସେବା ଓ ଶ୍ରୀଜୀଉଙ୍କ ଦର୍ଶନ ଉପରେ ମଧ୍ୟ ବିଶେଷ ଗୁରୁତ୍ବ ଦିଆଯାଇଛି । ଅନ୍ୟପଟେ ପୁରୀରେ ଥିବା ବିଭିନ୍ନ ମଠ ବାଡ଼ି, ଧର୍ମଶାଳାରେ ମଧ୍ୟ ହଜାର ହଜାର ହବିଷ୍ୟାଳୀଙ୍କ ଭିଡ଼ ଜମିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଉତ୍ତରାଖଣ୍ଡରେ ହେଲିକପ୍ଟର କ୍ରାସ୍, ୭ ମୃତ 🔴 ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା 🔴 ଆଜି ରଜ ସଂକ୍ରାନ୍ତି, ଗାଁଠୁ ସହର ସବୁଠି ଉତ୍ସାହ 🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଉତ୍ତରାଖଣ୍ଡରେ ହେଲିକପ୍ଟର କ୍ରାସ୍, ୭ ମୃତ 🔴 ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା 🔴 ଆଜି ରଜ ସଂକ୍ରାନ୍ତି, ଗାଁଠୁ ସହର ସବୁଠି ଉତ୍ସାହ 🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨