Masthead

ଆଜିଠୁ ଆରମ୍ଭ ଧର୍ମମାସ କାର୍ତ୍ତିକ; ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ବତନ୍ତ୍ର ନୀତିକାନ୍ତି

ପୁରୀ(ବଡ଼ ଖବର ବ୍ୟୁରୋ): ଆଜିଠୁ ଆରମ୍ଭ ହେଲା ଧର୍ମମାସ କାର୍ତ୍ତିକ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ବତନ୍ତ୍ର ନୀତିକାନ୍ତି । ଏକମାସ ପାଇଁ କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି । ଶ୍ରୀକ୍ଷେତ୍ରରେ ଥିବା ହବିଷ୍ୟାଳୀ ମାନେ ସଂକଳ୍ପ କରି ଆଜିଠାରୁ ଚଉଁରା ମୂଳେ ରାଧାଦାମୋଦର ପୂଜା ସହ ହବିଷ୍ୟ ବ୍ରତ ପାଳନ କରିବା ଆରମ୍ଭ କରିଛନ୍ତି । ତେବେ ଆଜି ସନ୍ଧ୍ୟାରେ ନରେନ୍ଦ୍ର କୋଣ ସ୍ଥିତ ବୃନ୍ଦାବତୀ ନିବାସ ଠାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁଖ୍ୟ ଅତିଥି ଭାବେ ଯୋଗଦେଇ ହବିଷ୍ୟାଳୀ ବ୍ରତ ୨୦୨୪ର ଶୁଭାରମ୍ଭ କରିବେ। ଏଥିସହ ପୁରୀ ବିଧାୟକ ଓ ସାଂସଦଙ୍କ ସହ ଅନ୍ୟାନ୍ୟ ମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ରହିଛି ।

ଏକ ମାସ ଧରି ଚାଲିବାକୁ ଥିବା ଏହି ବ୍ରତରେ ହବିଷ୍ୟାଳୀମାନେ ଚଉରାମୂଳେ ରାଧାଦାମଦର ପୂଜା କରିବା ସହ ହବିଷ୍ୟ ବ୍ରତ ପାଳନ କରିବା ଆରମ୍ଭ କରିଛନ୍ତି । ଶ୍ରୀକ୍ଷେତ୍ର ପୁରୀରେ ଏହି ବ୍ରତ ପାଳନର ବିଶେଷ ମହତ୍ତ୍ୱ ଥିବାରୁ ହବିଷ୍ୟାଳି ମାନଙ୍କ ଭିଡ ଜମିଛି ପୁରୀରେ । ରାଜ୍ୟ ସରକାରଙ୍କ ପକ୍ଷରୁ ଅଢେଇ ହଜାର ବ୍ରତ ଧାରିଣୀଙ୍କ ପାଇଁ ମାଗଣାରେ ସମସ୍ତ ବ୍ୟବସ୍ଥା କରାଯାଇଛି । ଏଥିସହ ମହାପ୍ରସାଦ ସେବନ, ସ୍ବାସ୍ଥ୍ୟ ସେବା ଓ ଶ୍ରୀଜୀଉଙ୍କ ଦର୍ଶନ ଉପରେ ମଧ୍ୟ ବିଶେଷ ଗୁରୁତ୍ବ ଦିଆଯାଇଛି । ଅନ୍ୟପଟେ ପୁରୀରେ ଥିବା ବିଭିନ୍ନ ମଠ ବାଡ଼ି, ଧର୍ମଶାଳାରେ ମଧ୍ୟ ହଜାର ହଜାର ହବିଷ୍ୟାଳୀଙ୍କ ଭିଡ଼ ଜମିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି