Masthead

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା; ଡଙ୍ଗା ଭସାଇବାକୁ ଜଳାଶୟରେ ଜମିଛି ଭିଡ଼

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଡ଼ିଶାର ନୌବାଣିଜ୍ୟିକ ପରମ୍ପରାର ସ୍ମୃତିକୁ ମନେ ପକାଇ ରାଜ୍ୟବ୍ୟାପୀ ଲୋକେ ଡଙ୍ଗା ଭସାଉଛନ୍ତି। ପୋଖରୀ, ନଦୀ, ସମୁଦ୍ରକୂଳରେ ଏଥିପାଇଁ ସ୍ୱତନ୍ତ୍ର ଆୟୋଜନ କରାଯାଇଛି। ସମୁଦ୍ରରୁ ନଦୀ, ପୁଷ୍କରିଣୀଠୁ ଆରମ୍ଭ କରି ସବୁ ଜଳାଶୟରେ ଆ-କା-ମା-ବୈ, ପାନ ଗୁଆ ଥୋଇ, ପାନ ଗୁଆ ତୋର, ମାସକ ଧରମ ମୋର ଗାଇ ଡଙ୍ଗା ଭସାଉଛନ୍ତି। ସକାଳୁ ସକାଳୁ ଏଥିପାଇଁ ଜଳାଶୟ ଗୁଡ଼ିକରେ ପ୍ରବଳ ଭିଡ଼ ଜମିଛି।

ଭୁବନେଶ୍ୱରର ପବିତ୍ର ବିନ୍ଦୁ ସାଗର, ପୁରୀ ମହୋଦଧୀ, କଟକର ମହାନଦୀ, କାଠଯୋଡ଼ି ଭଳି ଅନେକ ସ୍ଥାନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ ହୋଇଛି। ଶାନ୍ତିଶୃଙ୍ଖଳା ରକ୍ଷା ନିମନ୍ତେ ବିଭିନ୍ନ ସ୍ଥାନରେ ବ୍ୟାପକ ପୁଲିସ୍‌ ଟିମ୍‌ ବି ମୁତୟନ ହୋଇଛନ୍ତି। ମାସ ସାରା କାର୍ତ୍ତିକ ବ୍ରତ କରିବା ପରେ ଆଜି ପୂର୍ଣ୍ଣିମା ପାଇଁ ହବିଷ୍ୟାଳୀମାନେ ମଧ୍ୟ ସମୁଦ୍ର ବେଳାଭୂମିରେ ପୂଜାର୍ଚ୍ଚନା କରିଛନ୍ତି।  ପ୍ରାୟ ଏକ ଲକ୍ଷରୁ ଉର୍ଦ୍ଧ୍ଵ ଭକ୍ତ ମହୋଦଧି ତଟରେ ଏକତ୍ରିତ ହୋଇ କାର୍ତ୍ତିକ ପୂର୍ଣ୍ଣିମାରେ ପୂଜାର୍ଚ୍ଚନା କରିଛନ୍ତି। ବିଶ୍ୱାସ ରହିଛି ଆଜିର ଦିନରେ ମହୋଦଧିରେ ବୁଡ଼ ପକାଇଲେ ଅଶେଷ ପୁଣ୍ୟ ପ୍ରାପ୍ତି ହୋଇଥାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି