Masthead

ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ଭୋରରୁ ବୋଇତ ବନ୍ଦାଣ କଲେ ଶ୍ରଦ୍ଧାଳୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର କାର୍ତ୍ତିକ ପୁର୍ଣ୍ଣିମା ।  ସବୁଠି ବୋଇତ ବନ୍ଦାଣ ଉତ୍ସବ ପାଳିତ ହୋଇଛି । ନଦୀ, ନାଳ, ଜଳାଶୟରେ ଡଙ୍ଗା ଭସାଇବା ପାଇଁ ଭିଡ଼ । ସୁସଜ୍ଜିତ ଡଙ୍ଗାରେ ପାନ, ଗୁଆ ଥୋଇ ଭସାଇଲେ ଶ୍ରଦ୍ଧାଳୁ ।  ପରମ୍ପରା ସହ ବିଭିନ୍ନ ଜଳାଶୟରେ ଡଙ୍ଗା ଭସାଇଲେ ଶ୍ରଦ୍ଧାଳୁ । ଆ, କା, ମା, ବୈ… ଗୀତ ସହ ହୁଳହୁଳିରେ ପ୍ରକମ୍ପିତ ପରିବେଶ । ସୁରକ୍ଷା ଦୃଷ୍ଟିରୁ ବିଭିନ୍ନ ଜଳାଶୟରେ ପୋଲିସ ମୁତୟନ ।  କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଜନସମୁଦ୍ର ଶ୍ରୀକ୍ଷେତ୍ରଧାମ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀରେ ପ୍ରବଳ ଭିଡ଼ । ଶ୍ରୀକ୍ଷେତ୍ରର ମହୋଦଧି ସମେତ ପଞ୍ଚତୀର୍ଥ ପୁଷ୍କରିଣୀରେ ଡଙ୍ଗା ଭସାଇବା ସହ ବୁଡ଼ ପକାଇ ସୂର୍ଯ୍ୟୋଦୟ ଦର୍ଶନ ପାଇଁ ପ୍ରବଳ ଭକ୍ତଙ୍କ ସମାଗମ ହୋଇଛି। ଭିଡ଼କୁ ଦୃଷ୍ଟିରେ ରଖି ପୁରୀ ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

କାର୍ତ୍ତିକ ପୂର୍ଣ୍ଣିମା ବା ଡଙ୍ଗାଭସା ଓଡ଼ିଶାରେ ଏକ ଗୁରୁତ୍ୱପୂର୍ଣ୍ଣ ପର୍ବ ଭାବରେ ପାଳିତ ହୁଏ । ଏହି ଦିନଟି ଉତ୍କଳର ପ୍ରାଚୀନ ନୌବାଣିଜ୍ୟ ପରମ୍ପରା ଏବଂ ସାଧବମାନଙ୍କ ଦୂରଦେଶକୁ ଯାତ୍ରାକୁ ମନେ ପକାଇଥାଏ । ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି, ଯାହା ଓଡ଼ିଶାର ଗୌରବମୟ ଇତିହାସର ଏକ ପ୍ରମୁଖ ଅଙ୍ଗ ।କାର୍ତ୍ତିକ ପୂର୍ଣ୍ଣିମା ବା ବୋଇତ ବନ୍ଦାଣ କେବଳ ଏକ ଧାର୍ମିକ ପର୍ବ ନୁହେଁ, ଏହା ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟକୁ ପ୍ରତିଫଳିତ କରେ । ଏହି ଦିନ ରାଜ୍ୟବାସୀ ପୂର୍ବପୁରୁଷମାନଙ୍କ ସାହସିକତା, ଉଦ୍ୟମ ଏବଂ ସମୁଦ୍ର ମାଧ୍ୟମରେ ଦୂରଦେଶ ସହିତ ବାଣିଜ୍ୟିକ ସମ୍ପର୍କ ସ୍ଥାପନର ଗାଥାକୁ ମନେ ପକାଇଥାଉ । ରାଜ୍ୟର ବିଭିନ୍ନ ଜଳାଶୟ କୂଳରେ ସୁରକ୍ଷା ପାଇଁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା, ଯାହାଦ୍ୱାରା ଶ୍ରଦ୍ଧାଳୁମାନେ ଶାନ୍ତିଶୃଙ୍ଖଳା ସହିତ ପର୍ବ ପାଳନ କରିପାରିଥିଲେ । ଏହି ପର୍ବ ଶାନ୍ତି, ସମୃଦ୍ଧି ଏବଂ ଭାଇଚାରାର ବାର୍ତ୍ତା ବହନ କରେ । ଏହା ଓଡ଼ିଆମାନଙ୍କୁ ସେମାନଙ୍କ ଇତିହାସ ସହିତ ଯୋଡ଼ି ରଖିବା ସହ ଭବିଷ୍ୟତ ପାଇଁ ପ୍ରେରଣା ଯୋଗାଇଥାଏ । ଆଜିର ଭୋରରୁ ରାଜଧାନୀ ଭୁବନେଶ୍ବର ସମେତ ଅନ୍ୟ ସ୍ଥାନମାନଙ୍କରେ ନିକଟସ୍ଥ ଜଳାଶୟଗୁଡ଼ିକରେ ଡଙ୍ଗା ଭସାଇ କାର୍ତ୍ତିକ ବ୍ରତ ଶେଷ କରିଥାଆନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ