Masthead

ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ,୨ଆତଙ୍କବାଦୀ ନିହତ

କାଶ୍ମୀର(ବଡ଼ ଖବର ବ୍ୟୁରୋ): ଦକ୍ଷିଣ କଶ୍ମୀରର ପୁଲୱାମା ଜିଲ୍ଲାର ଟିକେନା ଅଞ୍ଚଳରେ ଆଜି ସକାଳୁ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି । ଏନକାଉଣ୍ଟରରେ ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ସମ୍ପୃକ୍ତ ଅଞ୍ଚଳରେ ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇବା ପରେ କାଶ୍ମୀର ପୋଲିସ, ସେନାର ଯବାନ ଏବଂ ସିଆରପିଏଫ୍ ମିଳିତ ଭାବେ ଏକ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । ଆତଙ୍କବାଦୀମାନେ ନିଜ ଆଡୁ ସୁରକ୍ଷାବାହିନୀ ଉପରକୁ ଗୁଳି ଚାଳନା କରିଥିଲେ । ସେମାନଙ୍କ ମଧ୍ୟରୁ ୨ ଜଣଙ୍କର ଏନକାଉଣ୍ଟରରେ ମୃତ୍ୟୁ ହୋଇଛି । ଏନକାଉଣ୍ଟର ସମୟରେ ଜଣେ ସାଧାରଣ ନାଗରିକ ଆହତ ହୋଇଥିବା ସୂଚନା ରହିଛି । ପୁଲୱାମାରେ ଅସ୍ଥାୟୀ ଭାବେ ମୋବାଇଲ ଫୋନ୍ ଓ ଇଣ୍ଟରନେଟ୍ ସେବା ବନ୍ଦ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା