Masthead

ବିଜେପି ଛାଡି ବିଜେଡିରେ ମିଶିଲେ କବିସୂର୍ଯ୍ୟନଗର ବିଜେପି ନେତା ରଞ୍ଜନ ପଲେଇ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ବିଜେପି ଛାଡି ବିଜେଡିରେ ମିଶିଲେ କବିସୂର୍ଯ୍ୟନଗର ବିଜେପି ନେତା ରଞ୍ଜନ ପଲେଇ । ଆସିକା ନିର୍ବାଚନ ମଣ୍ଡଳୀର ସଦସ୍ୟ, କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ପ୍ରାର୍ଥୀ ରଞ୍ଜନ ପଲେଇ ପଦ୍ମଛାଡି ଶଙ୍ଖ ଧରିଛନ୍ତି । ନିଜ ସମର୍ଥକଙ୍କ ସହ ଶଙ୍ଖ ଭବନରେ ରଞ୍ଜନ ବିଜେଡିରେ ଯୋଗଦେଇଛନ୍ତି । ରଞ୍ଜନଙ୍କୁ ବିଜେଡିକୁ ସ୍ୱାଗତ କରିଛନ୍ତି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓ ସାଂସଦ ମାନସ ମଙ୍ଗରାଜ ।

ବିଜେଡିରେ ମିଶିବା ପରେ ରଞ୍ଜନ ପଲେଇ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏବଂ କହିଛନ୍ତି ଓଡ଼ିଶା ଉନ୍ନତିରେ ମୋର ସହଯୋଗ ରହିବ । ମୁଁ ବିଜେଡିରେ ଥିଲି । ହେଲେ ବିଜେପି ରାଜ୍ୟ ଉନ୍ନତି ପାଇଁ ନୁହେଁ, ନିଜ ପାଇଁ ଲଢ଼ୁଛନ୍ତି । ତେଣେ ବିଜେପି କହିଛି ଦଳୀୟ ଅନୁଶାସନ ଭଙ୍ଗ, ବିଶୃଙ୍ଖଳିତ ଓ ଦଳବିରୋଧୀ କାର୍ୟ୍ୟ ଯୋଗୁଁ ରାଜ୍ୟ କାର୍ୟ୍ୟକାରିଣୀ ସଦସ୍ୟ ରଞ୍ଜନ ପଲେଇଙ୍କୁ ଦଳରୁ ନିଲମ୍ବନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସୁଭଦ୍ରା ଯୋଜନାକୁ ନେଇ ଆସିଲା ଖୁସି ଖବର…. 🔴 OTET ପ୍ରଶ୍ନପତ୍ର ଲିକ୍ ମାମଲାରେ ରାୟଗଡ଼ାର ଶିକ୍ଷକ ଗିରଫ 🔴 ବିପଦ ସଂକେତ ଘେରରେ ବ୍ରାହ୍ମଣୀ 🔴 ଆସନ୍ତା ୨ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା 🔴 ଟଳିଲେ ଆଉ ୨ ଆତଙ୍କୀ 🔴 ଋଷରେ ତୀବ୍ରତର ଭୂମିକମ୍ପ ପରେ ସୁନାମିର ଭୟ 🔴 ପ୍ରଳୟ-୬ ମିସାଇଲର ସଫଳ ପରୀକ୍ଷଣ 🔴 ବଳଙ୍ଗା ନାବାଳିକା ପୋଡି ଘଟଣା, ହେଲାନି ପୀଡ଼ିତାଙ୍କ ବୟାନ ରେକର୍ଡ 🔴 ଲୋକାର୍ପିତ ହେଲା ଦୈନିକ ଖବର କାଗଜ ‘ସମାଲୋଚନା’ 🔴 ହିଡେନ୍ କ୍ୟାମେରା ନେଇ ଶ୍ରୀମନ୍ଦିରକୁ ଯୁବକଙ୍କ ପ୍ରବେଶ 🔴 ସୁଭଦ୍ରା ଯୋଜନାକୁ ନେଇ ଆସିଲା ଖୁସି ଖବର…. 🔴 OTET ପ୍ରଶ୍ନପତ୍ର ଲିକ୍ ମାମଲାରେ ରାୟଗଡ଼ାର ଶିକ୍ଷକ ଗିରଫ 🔴 ବିପଦ ସଂକେତ ଘେରରେ ବ୍ରାହ୍ମଣୀ 🔴 ଆସନ୍ତା ୨ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା 🔴 ଟଳିଲେ ଆଉ ୨ ଆତଙ୍କୀ 🔴 ଋଷରେ ତୀବ୍ରତର ଭୂମିକମ୍ପ ପରେ ସୁନାମିର ଭୟ 🔴 ପ୍ରଳୟ-୬ ମିସାଇଲର ସଫଳ ପରୀକ୍ଷଣ 🔴 ବଳଙ୍ଗା ନାବାଳିକା ପୋଡି ଘଟଣା, ହେଲାନି ପୀଡ଼ିତାଙ୍କ ବୟାନ ରେକର୍ଡ 🔴 ଲୋକାର୍ପିତ ହେଲା ଦୈନିକ ଖବର କାଗଜ ‘ସମାଲୋଚନା’ 🔴 ହିଡେନ୍ କ୍ୟାମେରା ନେଇ ଶ୍ରୀମନ୍ଦିରକୁ ଯୁବକଙ୍କ ପ୍ରବେଶ