Masthead

ବିଜେପି ଛାଡି ବିଜେଡିରେ ମିଶିଲେ କବିସୂର୍ଯ୍ୟନଗର ବିଜେପି ନେତା ରଞ୍ଜନ ପଲେଇ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ବିଜେପି ଛାଡି ବିଜେଡିରେ ମିଶିଲେ କବିସୂର୍ଯ୍ୟନଗର ବିଜେପି ନେତା ରଞ୍ଜନ ପଲେଇ । ଆସିକା ନିର୍ବାଚନ ମଣ୍ଡଳୀର ସଦସ୍ୟ, କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ପ୍ରାର୍ଥୀ ରଞ୍ଜନ ପଲେଇ ପଦ୍ମଛାଡି ଶଙ୍ଖ ଧରିଛନ୍ତି । ନିଜ ସମର୍ଥକଙ୍କ ସହ ଶଙ୍ଖ ଭବନରେ ରଞ୍ଜନ ବିଜେଡିରେ ଯୋଗଦେଇଛନ୍ତି । ରଞ୍ଜନଙ୍କୁ ବିଜେଡିକୁ ସ୍ୱାଗତ କରିଛନ୍ତି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓ ସାଂସଦ ମାନସ ମଙ୍ଗରାଜ ।

ବିଜେଡିରେ ମିଶିବା ପରେ ରଞ୍ଜନ ପଲେଇ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏବଂ କହିଛନ୍ତି ଓଡ଼ିଶା ଉନ୍ନତିରେ ମୋର ସହଯୋଗ ରହିବ । ମୁଁ ବିଜେଡିରେ ଥିଲି । ହେଲେ ବିଜେପି ରାଜ୍ୟ ଉନ୍ନତି ପାଇଁ ନୁହେଁ, ନିଜ ପାଇଁ ଲଢ଼ୁଛନ୍ତି । ତେଣେ ବିଜେପି କହିଛି ଦଳୀୟ ଅନୁଶାସନ ଭଙ୍ଗ, ବିଶୃଙ୍ଖଳିତ ଓ ଦଳବିରୋଧୀ କାର୍ୟ୍ୟ ଯୋଗୁଁ ରାଜ୍ୟ କାର୍ୟ୍ୟକାରିଣୀ ସଦସ୍ୟ ରଞ୍ଜନ ପଲେଇଙ୍କୁ ଦଳରୁ ନିଲମ୍ବନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ