Masthead

ପ୍ରବଳ ବର୍ଷା ଆଶଙ୍କା ନେଇ କେଦାରନାଥ ଯାତ୍ରା ଉପରେ ରୋକ

ଡେରାଡୁନ(ବଡ଼ ଖବର ବ୍ୟୁରୋ) :   ଉତ୍ତାରଖଣ୍ଡରେ ପ୍ରବଳ ବର୍ଷା ଆଶଙ୍କା ନେଇ କେଦାରନାଥ ଯାତ୍ରା ଉପରେ ରୋକ ଲଗାଯାଇଛି । ଅକ୍ଟୋବର ୧୭ରୁ ଦୁଇରୁ ତିନି ଦିନ ପର୍ଯ୍ୟନ୍ତ ଉତ୍ତରାଖଣ୍ଡର ଚାରିଧାମ ସମେତ ଅଧିକାଂଶ ପାର୍ବତ୍ୟ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ଆଶଙ୍କା କରାଯାଇ ପାଣିପାଗ ବିଭାଗ ସତର୍କ କରାଇଛି ।

ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ବିପର୍ଯ୍ୟୟ ପରିଚାଳନା ବିଭାଗ, ପୋଲିସ ପ୍ରଶାସନ ଏବଂ ସମସ୍ତ ଜିଲ୍ଲା ମାଜିଷ୍ଟ୍ରେଟମାନଙ୍କୁ ସତର୍କ କରାଇଦେଇଛନ୍ତି । ସ୍ଥାନୀୟ ବାସିନ୍ଦାଙ୍କୁ ସତର୍କ ରହିବାକୁ ପରାମର୍ଶ ଦେବା ସହ ନଦୀ ଓ ଡ୍ରେନଠାରୁ ଦୂରରେ ରହିବାକୁ ଅନୁରୋଧ କରିଛନ୍ତି । ଉତ୍ତରାଖଣ୍ଡକୁ ଆସୁଥିବା ଯାତ୍ରୀମାନଙ୍କୁ ଏକ ସୁରକ୍ଷିତ ସ୍ଥାନରେ ରୁହନ୍ତୁ ବୋଲି ମଧ୍ୟ କୁହାଯାଇଛି । ଯେଉଁମାନେ ଚାରିଧାମ ଯାତ୍ରା କରିବାକୁ ଯାଉଛନ୍ତି ସେମାନେ ୨ ଦିନ ଯାତ୍ରା ଠାରୁ ଦୂରେଇ ରହିବା ଉଚିତ ବୋଲି ପ୍ରଶାସନ ପରାମର୍ଶ ଦେଇଛନ୍ତି ।

ସେପଟେ ଭାରତର ଉତ୍ତର ରାଜ୍ୟ ଗୁଡିକରେ କୌଣସି ମୁହୂର୍ତ୍ତରେ ବି ପାଣିପାଗ ବଦଳିପାରେ । ଆଜି ସକାଳେ ଜାତୀୟ ରାଜଧାନୀର କେତେକ ଅଞ୍ଚଳରେ ଅଳ୍ପ ବର୍ଷା ହୋଇଛି । ଦିଲ୍ଲୀରେ ବର୍ଷା ସମ୍ପର୍କରେ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂଜାରି କରିଛି । ଆଜି ଏନସିଆର, ଉତ୍ତରପ୍ରଦେଶ, ପଞ୍ଜାବ, ହରିୟାଣା ଏବଂ ରାଜସ୍ଥାନରେ ଅନେକ ଅଞ୍ଚଳରେ ବର୍ଷା ହେବାର ଆଶଙ୍କା କରାଯାଉଛି ।

ସେପଟେ କେରଳରେ କିଛି ଦିନ ଧରି ବର୍ଷା ଲାଗି ରହିଥିବାରୁ କେରଳରେ ସ୍ଥିତି ଏବେ ସଙ୍ଗିନ । ବର୍ତ୍ତମାନ ସୁଦ୍ଧା ବର୍ଷା ଜନିତ କ୍ଷୟକ୍ଷତି ଯୋଗୁ ୧୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଲୋକ ଏବେ ନିଖୋଜ ଥିବା ଖବର ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା