Masthead

ଜାମିନ ବୃଦ୍ଧି ପାଇଁ ସୁପ୍ରିମକୋର୍ଟରେ ଆବେଦନ କଲେ କେଜ୍ରିୱାଲ

 ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ପୁଣି ଥରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ମଧ୍ୟବର୍ତ୍ତୀକାଳୀନ ଜାମିନକୁ ୭ ଦିନ ବୃଦ୍ଧି ପାଇଁ ଦାବି କରି କେଜ୍‌ରିଓ୍ବାଲ ଦିଲ୍ଲୀ ଏକ୍ସାଇଜ ପଲିସି ମାମଲାରେ କୋର୍ଟରେ ଆବେଦନ କରିଛନ୍ତି। ଏହି ମାମଲାରେ ନିର୍ବାଚନ ପ୍ରଚାର ପାଇଁ ସୁପ୍ରିମକୋର୍ଟ କେଜ୍ରିୱାଲଙ୍କୁ ଜୁନ୍‌ ୧ ପର୍ଯ୍ୟନ୍ତ ସର୍ତ୍ତମୂଳକ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି। ତାଙ୍କୁ ଜୁନ୍‌ ୨ରେ ଆତ୍ମସମର୍ପଣ କରିବାକୁ ପଡ଼ିବ।

ଲୋକସଭା ନିର୍ବାଚନ ପ୍ରଚାରରେ ଅଂଶଗ୍ରହଣ କରିବା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ବାରା କେଜ୍ରିୱାଲଙ୍କୁ ଜୁନ୍ ୧ ତାରିଖ ପର୍ଯ୍ୟନ୍ତ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରାଯାଇଥିଲା। ମ୍ୟାକ୍ସ ହସ୍ପିଟାଲର ଡାକ୍ତରୀ ଦଳ ପ୍ରାଥମିକ ପରୀକ୍ଷା କରିସାରିଛନ୍ତି। ଏହି ପରୀକ୍ଷା ତାଙ୍କ କଲ୍ୟାଣ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀଙ୍କ ଆଇନ ପରାମର୍ଶଦାତା ଯୁକ୍ତି ବାଢ଼ିଛନ୍ତି ଏବଂ ଆବଶ୍ୟକ ଡାକ୍ତରୀ ପରୀକ୍ଷା ପାଇଁ କୋର୍ଟଙ୍କୁ ଜାମିନ ଅବଧି ବୃଦ୍ଧି ପାଇଁ ନିବେଦନ କରିଛନ୍ତି।

ଦିଲ୍ଲୀ ମଦ ନୀତି ମାମଲାରେ ସୁପ୍ରିମକୋର୍ଟରୁ ଜୁନ୍ ୨ ତାରିଖ ପର୍ଯ୍ୟନ୍ତ ଅନ୍ତରୀଣ ଜାମିନ ପାଇବା ପରେ ହନୁମାନ ମନ୍ଦିର ଯାଇ ବଜରଙ୍ଗବାଲିଙ୍କ ଦର୍ଶନ କରିଥିଲେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍‌। ତାଙ୍କ ସହ ତାଙ୍କ ପତ୍ନୀ ସୁନିତା କେଜ୍ରିୱାଲ୍‌ ମଧ୍ୟ ହନୁମାନ ମନ୍ଦିର ପରିଦର୍ଶନ କରିଥିବାର ଦେଖିବାକୁ ମିଳିଥିଲା।

ଦିଲ୍ଲୀ ମଦ ନୀତି ସହ ଜଡିତ ଅର୍ଥ ହେର ଫେର ମାମଲାରେ ମାର୍ଚ୍ଚ ୨୧ ତାରିଖରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ତାଙ୍କୁ ଗିରଫ କରିବା ପରେ କେଜ୍ରିୱାଲ ତିହାର ଜେଲରୁ ମେ ୧୦ ତାରିଖରେ ବାହାରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ