Masthead

ଅତ୍ୟାଚାର ବିରୋଧରେ ସର୍ବଦା ସତ୍ୟର ଜୟ ହୋଇଛି: କେଜ୍ରିୱାଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲା । ମନୀଷ ସିସୋଦିଆଙ୍କ ପରେ ଆଜି ସିବିଆଇରେ ହାଜର ହୋଇଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । କେଜ୍ରିୱାଲ ଆଜି ସିର୍ବିଆଇ କାର୍ଯ୍ୟାଳୟ ଯିବା ପୂର୍ବରୁ ପ୍ରଥମେ ରାଜଘାଟ ଯାଇ ସେଠାରେ ମହାତ୍ମା ଗାନ୍ଧୀଙ୍କ ସମାଧୀପୀଠରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ସେଠାରେ ସେ କହିଛନ୍ତି ଅତ୍ୟାଚାର ବିରୋଧରେ ସର୍ବଦା ସତ୍ୟର ଜୟ ହୋଇଛି । ଅବକାରୀ ଦୁର୍ନୀତି ମାମଲାରେ ପ୍ରଥମରଥର ପାଇଁ ସିବିଆଇ ତରଫରୁ ଆଜି କେଜ୍ରିୱାଲଙ୍କୁ ଜେରା କରାଯିବ ।

ଯାହାକୁ ନଜରରେ ରଖି ସିବିଆଇ କାର୍ଯ୍ୟାଳୟ ଓ କେଜ୍ରିୱାଲଙ୍କ ବାସଭବନ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡି କରାଯାଇଛି । ସେପଟେ କେଜ୍ରିୱାଲଙ୍କୁ ଦେଖା କରିବାକୁ ଆସୁଥିବା ପଞ୍ଜାବ ଶିକ୍ଷାମନ୍ତ୍ରୀ ହରଜୋତ ସିଂଙ୍କୁ ସୀମା ନିକଟରେ ଅଟକାଇଥିଲା ପୋଲିସ । ଏନେଇ ପଞ୍ଜାବ ଆପ୍ ପକ୍ଷରୁ ଟ୍ୱିଟ୍ କରାଯାଇ ବିଜେପି ଓ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ