Masthead

ଦିଲ୍ଲୀ ହାଇକୋର୍ଟଙ୍କ ରାୟ ବିରୋଧରେ ସୁପ୍ରିମକୋର୍ଟ ଗଲେ କେଜ୍ରିୱାଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କେଜ୍ରିଓ୍ୱାଲଙ୍କୁ ପୁଣି ଲାଗିଲା ଝଟ୍‌କା । ୨୪ଘଣ୍ଟା ମଧ୍ୟରେ ତାଙ୍କୁ କୋର୍ଟ ପୁଣି ଏକ ଝଟକା ଦେଇଛନ୍ତି। ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟ ତାଙ୍କ ଆବେଦନକୁ ଖାରଜ କରି ତାଙ୍କ ଗିରଫଦାରୀକୁ ବୈଧ ଦର୍ଶାଇଥିଲେ। ଅବକାରୀ ନୀତି ଦୁର୍ନୀତି ମାମଲାର ଗିରଫଦାରୀ ବିରୋଧରେ କେଜ୍ରିୱାଲ କରିଥିବା ଆବେଦନକୁ କୋର୍ଟ ଖାରଜ କରି ତାଙ୍କ ରିମାଣ୍ତକୁ ବେଆଇନ କୁହାଯାଇ ପାରିବ ନାହିଁ ବୋଲି ରୁଲିଂ ଦେଇଥିଲେ। ଦିଲ୍ଳୀ ରାଉସ୍ ଆଭେନ୍ୟୁ କୋର୍ଟ କେଜ୍ରିୱାଲଙ୍କ ଦ୍ୱିତୀୟ ଆବେଦନକୁ ମଧ୍ୟ ଖାରଜ କରିଛନ୍ତି।

କେଜ୍‌ରିୱାଲଙ୍କ ପକ୍ଷରୁ ଜେଲରେ ଓକିଲମାନଙ୍କୁ ସପ୍ତାହରେ ୫ଥର ଭେଟିବାକୁ ଦାବି କରି ଆବେଦନ କରିଥିବା ପିଟିଶନକୁ କୋର୍ଟ ଖାରଜ କରିଛନ୍ତି। ଅରବିନ୍ଦ କେଜ୍ରିୱାଲଙ୍କୁ ସପ୍ତାହରେ କେବଳ ଦୁଇଥର ତାଙ୍କ ଓକିଲଙ୍କୁ ଭେଟିବାକୁ ଅନୁମତି ମିଳିଛି। ଦିଲ୍ଲୀ ଏକ୍ସାଇଜ ପଲିସି ମାମଲାରେ ଦୀର୍ଘ ଦିନର ପଚରାଉଚରା ପରେ ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲଙ୍କୁ ମାର୍ଚ୍ଚ ୨୧ରେ ଇଡି ଗିରଫ କରିଥିଲା। ଏହା ପରେ କୋର୍ଟ ତାଙ୍କୁ ଏପ୍ରିଲ ୨ ତାରିଖ ପର୍ୟ୍ୟନ୍ତ ଦୁଇଟି ପୃଥକ ହାଜର ହେବା ପାଇଁ ଇଡି ରିମାଣ୍ଡରେ ପଠାଇଥିଲେ। ଏହା ପରେ ଏପ୍ରିଲ ୧ରେ କୋର୍ଟ ତାଙ୍କୁ ଏପ୍ରିଲ ୧୫ ପର୍ୟ୍ୟନ୍ତ ନ୍ୟାୟିକ ହେପାଜତକୁ ପଠାଇଥିଲେ। ବର୍ତ୍ତମାନ ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲ ତିହାର ଜେଲରେ ଅଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ