ସୁପ୍ରିମକୋର୍ଟରୁ ମାମଲା ପ୍ରତ୍ୟାହାର କଲେ କେଜ୍ରିୱାଲ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଇଡି ଗିରଫ ସମ୍ପର୍କରେ ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ଆବେଦନକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ପ୍ରତ୍ୟାହାର କରି ନେଇଛନ୍ତି। କୋର୍ଟ ଏହା ପୂର୍ବରୁ ଶୁଣାଣି କରିବାକୁ ରାଜି ହୋଇଥିଲେ। ଏଥିପାଇଁ ମୁଖ୍ୟ ବିଚାରପତି ଡି. ଓ୍ବାଇ ଚନ୍ଦ୍ରଚୁଡ ଏହି ମାମଲାର ଶୁଣାଣି ପାଇଁ ଜଷ୍ଟିସ ସଞ୍ଜୀବ ଖାନ୍ନାଙ୍କ ଅଧ୍ୟକ୍ଷତା ବାଲା ବେଞ୍ଚକୁ ମାମଲା ହସ୍ତାନ୍ତର କରିଥିଲେ। ଆଜି ଏ ମାମଲାର ଶୁଣାଣି ୨ଟା ୩୦ରେ ସୁପ୍ରିମକୋର୍ଟର ସ୍ପେଶାଲ ବେଞ୍ଚରେ ହେବାକୁ ଥିବାବେଳେ କେଜ୍ରିୱାଲ ସୁପ୍ରିମକୋର୍ଟରୁ ଆବେଦନ ପ୍ରତ୍ୟାହାର କରିନେଇଛନ୍ତି ।

ମଦ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଇଡି ଦ୍ୱାରା ଗିରଫଦାରୀକୁ ନେଇ ଅଭିଷେକ ମନୁ ସିଂଘଭି ସିଜେଆଇଙ୍କ ଘରକୁ ଯାଇ ଏହି ମାମଲାର ଶୁଣାଣି ପାଇଁ ନିବେଦନ କରିଥିଲେ। ସୂଚନାଯୋଗ୍ୟ, ଗୁରୁବାର ରାତିରେ କେଜରିଓ୍ବାଲଙ୍କ ଗିରଫଦାରୀ ସମୟରେ ତାଙ୍କ ଲିଗାଲ ଟିମ ସୁପ୍ରିମକୋର୍ଟ ପହଞ୍ଚିଥିଲେ ଓ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଗିରଫକୁ ନେଇ ତୁରନ୍ତ ଶୁଣାଣି କରିବାକୁ ଅପିଲ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ