Masthead

କେନ୍ଦୁଝର ଯିବେ ରାଷ୍ଟ୍ରପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ମହାମହିମଙ୍କର କେନ୍ଦୁଝର ଓ ଭୁବନେଶ୍ୱରରେ କାର୍ଯ୍ୟକ୍ରମ ରହିଛି। ଗତକାଲି ମୟୂରଭଂଜ ଜିଲ୍ଲା ଯାଇଥିବାବେଳେ ଆଜି ମହାମହିମଙ୍କର କେନ୍ଦୁଝର ଜିଲ୍ଲାରେ କାର୍ଯ୍ୟକ୍ରମ ରହିଛି । ଆଜି କେନ୍ଦୁଝର ଯାଇ ଗୋନାସିକା କଦଳୀବାଡ଼ି ଗାଁର ଆଦିମ ଅଧିବାସୀ ସଦସ୍ୟଙ୍କୁ ଭେଟିବେ । ପରେ ଧରଣୀଧର ୟୁନିଭର୍ସିଟିର ସ୍ୱତନ୍ତ୍ର କାର୍ୟ୍ୟକ୍ରମରେ ଯୋଗଦେବେ । ଏଥିପାଇଁ ଧରଣୀଧର ୟୁନିଭର୍ସିଟିରେ ବ୍ୟାପକ ପ୍ରସ୍ତୁତି କରାଯାଇଛି । ସେଇଠୁ ଫେରି ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି ।

ଆସନ୍ତାକାଲି ରାଷ୍ଟ୍ରପତି ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ, କଟକରେ ବ୍ରହ୍ମକୁମାରୀ ଓଡ଼ିଶାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗଦେବେ। ପରେ ରାଜଭବନରେ ପ୍ରଧାନମନ୍ତ୍ରୀ ଜନମନର ଉପସ୍ଥାପନା ଦେଖିବେ। ମାର୍ଚ୍ଚ ୨ ତାରିଖରେ ସମ୍ବଲପୁର ଜିଲ୍ଲା ଗସ୍ତରେ ଯାଇ ସନ୍ଥକବି ଭୀମଭୋଇଙ୍କ ସହ ଜଡ଼ିତ ବିଭିନ୍ନ ସ୍ଥାନ ପରିଦର୍ଶନ କରି ମହିମା ଧର୍ମାବଲମ୍ବୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ