Masthead

ସଂକ୍ରମଣ ଭୟ; କେରଳରେ ୧୪୪ ଧାରା ଲାଗୁ

କେରଳ: କେରଳ ସରକାର ଆଜି ରାଜ୍ୟରେ ୧୪୪ ଧାରା ଜାରି କରିଛନ୍ତି । ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର କଠୋର ପଦକ୍ଷେପ ଗ୍ରହଣ କରିଛନ୍ତି । ଆଜିଠାରୁ ଆସନ୍ତା ଅକ୍ଟୋବର-୩୧ ପର୍ଯ୍ୟନ୍ତ କେରଳରେ ୧୪୪ ଧାରା ଜାରି ରହିବ । ଏନେଇ ସୂଚନା ଦେଇଛନ୍ତି କେରଳର ମୁଖ୍ୟ ଶାସନ ସଚିବ ବିଶ୍ୱାସ ମେହେଟ୍ଟା ।

ଗୋଟିଏ ସ୍ଥାନରେ ପାଞ୍ଚଜଣରୁ ଅଧିକ ଲୋକଙ୍କ ସମାଗମ ହୋଇପାରିବ ନାହିଁ । ଜନସମାବେଶ ଦ୍ୱାରା କରୋନା ସଂକ୍ରମଣ ଭୟ ବଢୁଥିବା ନେଇ ସରକାର ଏଭଳି ପଦକ୍ଷେପ ନେଇଛନ୍ତି । ସମସ୍ତ ଜିଲ୍ଲାରେ ୧୪୪ ଧାରା ଲାଗୁକରିବା ସହ କରୋନା ସଂକ୍ରମଣ ରୋକିବା ନେଇ ଜିଲ୍ଲା ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । କଣ୍ଟେନମେଣ୍ଟ ଜୋନ ଅଞ୍ଚଳରେ ଏହାକୁ ଆହୁରି କଠୋର କରିବାକୁ ନିଷ୍ପତ୍ତି ହୋଇଛି । ଅନ୍ୟପଟେ ଜିଲ୍ଲା ପ୍ରଶାସନର ଅନୁମତି କ୍ରମେ ବିବାହ,ଅନ୍ତ୍ୟେଷ୍ଟିକ୍ରିୟା ହୋଇପାରିବ । ଏହାସହ ଜିଲ୍ଲା ବିପର୍ଯ୍ୟୟ ପରିଚାଳନା ଅଧିକାରୀଙ୍କୁ କରୋନାଜନିତ ଗ୍ରାଉଣ୍ଡ ରିପୋର୍ଟ ପ୍ରତ୍ୟେକ ଦିନ ପ୍ରଦାନ କରିବାକୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ