Masthead

କେରଳ ବର୍ଷା ବିତ୍ପାତ, ମୃତ୍ୟୁ ସଂଖ୍ୟା ୩୫କୁ ବୃଦ୍ଧି

କୋଚି(ବଡ଼ ଖବର ବ୍ୟୁରୋ): କେରଳରେ ଭୟଙ୍କର ହେଉଛି ପରିସ୍ଥିତି । ବିପର୍ଯ୍ୟୟ ସୃଷ୍ଟି କରିଛି ବର୍ଷା । ବିଭିନ୍ନ ନଦୀରେ ଜଳସ୍ତର ବିପଦ ସଙ୍କେତ ଟପିଛି । ଯେଉଁକାରଣରୁ ରାଜ୍ୟରେ ୧ଟି ଡ୍ୟାମ ପାଇଁ ରେଡ୍ ଆଲର୍ଟ ଜାରି ହୋଇଛି । ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ଏପରି ହୋଇଛି ଯେ, ବଡ଼ ବଡ଼ କୋଠା ଗୁଡ଼ିକ ପାଣିରେ ଭାସିଯାଉଥିବାର ଦେଖିବାକୁ ମିଳିଛି । ଏର୍ନାକୁଲମ ଏବଂ ଇଡ଼ୁକ୍କିରେ ହାଇ ଆଲର୍ଟ ଜାରି ହୋଇଛି । ତଳିଆ ଅଞ୍ଚଳର ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି ।

କେରଳ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ଚାଲିଯିବା ପାଇଁ ଅନୁରୋଧ କରିଛନ୍ତି। ମୁଖ୍ୟମନ୍ତ୍ରୀ ବିଜୟନ ଆଜି ଏକ ଜରୁରୀ ବୈଠକ କରିଛନ୍ତି ଏବଂ କିଛି ଡ୍ୟାମ୍‌ରୁ ଜଳ ନିଷ୍କାସନ ପାଇଁ ଏକ ବିଶେଷଜ୍ଞ କମିଟି ଗଠନ କରିଛନ୍ତି। ଇଡ଼ୁକ୍କି ଜଳଭଣ୍ଡାର ପାଇଁ ଅରେଞ୍ଜ୍‌ ଆଲର୍ଟ ଜାରି ହୋଇଛି । ରାଜ୍ୟରେ ପ୍ରଭାବିତ ଲୋକଙ୍କ ପାଇଁ ୨୪୭ ଶିବିର ଖୋଲା ଯାଇଛି । ଅକ୍ଟୋବର ୨୦-୨୨ ମଧ୍ୟରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ଏକାଧିକ ଅଞ୍ଚଳ ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି ।

ମୁଖ୍ୟମନ୍ତ୍ରୀ ବିଜୟନ ଆଜି ଏକ ଜରୁରୀ ବୈଠକ କରିଛନ୍ତି ଏବଂ କିଛି ଡ୍ୟାମ୍‌ରୁ ଜଳ ନିଷ୍କାସନ ପାଇଁ ଏକ ବିଶେଷଜ୍ଞ କମିଟି ଗଠନ କରିଛନ୍ତି। ଇଡ଼ୁକ୍କି ଜଳଭଣ୍ଡାର ପାଇଁ ଅରେଞ୍ଜ୍‌ ଆଲର୍ଟ ଜାରି ହୋଇଛି । ପ୍ରକାଶ କରିଛନ୍ତି ଏବଂ କେରଳରେ ଉଦ୍ଧାର କାର୍ଯ୍ୟ ଓ ରିଲିଫ୍‌ ପାଇଁ ଆର୍ଥିକ ସହାୟତା ଘୋଷଣା କରିଛନ୍ତି । କେନ୍ଦ୍ର ଗୃହ ମନ୍ତ୍ରାଳୟ କେରଳରେ ବନ୍ୟା ସ୍ଥିତିକୁ ଅତି ଭଲଭାବେ ସମୀକ୍ଷା କରୁଛନ୍ତି । କେନ୍ଦ୍ରଠାରୁ ସମସ୍ତ ପ୍ରକାର ସହାୟତା ଦିଆଯିବ ବୋଲି ରାଜ୍ୟ ସରକାରଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି ।

ଏନ୍‌ଡିଆରଏଫ୍‌ ରାଜ୍ୟରେ ଉଦ୍ଧାର କାର୍ଯ୍ୟ ପାଇଁ ୧୧ ଟିମ୍‌ ମୁତୟନ କରିଛି । ଅନ୍ୟପକ୍ଷରେ କେରଳରେ ବର୍ଷା ଏବଂ ବନ୍ୟାରେ ୩୫ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଏହାକୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି । ପିନାରାୟୀ ବିଜୟନ ସରକାର ସଠିକ୍‌ ସମୟରେ ପଦକ୍ଷେପ ଗ୍ରହଣ କରିପାରିନାହାନ୍ତି ବୋଲି କଂଗ୍ରେସ ଅଭିଯୋଗ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଟିବ ହିତାଧିକାରିଙ୍କ ରାସନ କାର୍ଡ 🔴 ସୁଧୁରିବାରେ ଲାଗିଛି ଭାରତ-ଚୀନ ସମ୍ପର୍କ 🔴 ଗଣତନ୍ତ୍ରର ସବୁଠାରୁ ବଡ଼ ମନ୍ଦିରରେ AI 🔴 ମହାକାଶରୁ ଫେରିଲେ ଶୁଭ୍ରାଂଶୁ ଶୁକ୍ଳା 🔴 ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ, ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା 🔴 ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା 🔴 ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ 🔴 ପରିବା ମାର୍କେଟରେ ଲାଗିଲା ନିଆଁ 🔴 ଜୀବିତ ରୋଗୀକୁ ମାରିଦେଲା ଘରୋଇ ହସ୍ପିଟାଲ 🔴 ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା, ତଦନ୍ତ କରି ଫେରିଲେ ତିନିଜଣିଆ କମିଟି 🔴 କଟିବ ହିତାଧିକାରିଙ୍କ ରାସନ କାର୍ଡ 🔴 ସୁଧୁରିବାରେ ଲାଗିଛି ଭାରତ-ଚୀନ ସମ୍ପର୍କ 🔴 ଗଣତନ୍ତ୍ରର ସବୁଠାରୁ ବଡ଼ ମନ୍ଦିରରେ AI 🔴 ମହାକାଶରୁ ଫେରିଲେ ଶୁଭ୍ରାଂଶୁ ଶୁକ୍ଳା 🔴 ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ, ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା 🔴 ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା 🔴 ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ 🔴 ପରିବା ମାର୍କେଟରେ ଲାଗିଲା ନିଆଁ 🔴 ଜୀବିତ ରୋଗୀକୁ ମାରିଦେଲା ଘରୋଇ ହସ୍ପିଟାଲ 🔴 ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା, ତଦନ୍ତ କରି ଫେରିଲେ ତିନିଜଣିଆ କମିଟି