ଶ୍ରୀମନ୍ଦିରରେ ଖଡ଼ି ପ୍ରସାଦ ବିଜେ ନୀତି

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ଅଣବସରର ଚତୁର୍ଦ୍ଦଶୀ ତିଥିରେ ଦତ୍ତ ମହାପାତ୍ର ସେବାୟତଙ୍କ ଦ୍ୱାରା ଖଡି ପ୍ରସାଦ ବିଜେ କରାଯିବ । ଏଥିସହ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଘଣ୍ଟ, ଛତା, କାହାଳୀ ମଧ୍ୟରେ ଶ୍ରୀନହରକୁ ଖଡ଼ିପ୍ରସାଦ ବିଜେ କରାଯିବ। ମହାପ୍ରଭୁଙ୍କୁ ଲାଗି ହୋଇଥିବା ଖଡିପ୍ରସାଦ ଦଇତାପତି ଓ ଦତ୍ତମହାପାତ୍ର ସେବକମାନେ ରୂପା ଥାଳିରେ ଆଣି ଗଜପତି ମହାରାଜାଙ୍କୁ ପ୍ରସାଦ ଅର୍ପଣ କରିବେ।

ଏହାପରେ ଦତ୍ତ ମହାପାତ୍ର ସେବାୟତମାନେ ହିଙ୍ଗୁଳ, ହରିତାଳ, କେଶର, କସ୍ତୁରୀ, ଧଳା ଓ କଳା ରଙ୍ଗ ବ୍ୟବହାର କରି ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର କରିବେ। ଏହି ବନକଲାଗି ନୀତି ଆଜି ଓ ଆସନ୍ତାକାଲି ପର୍ଯ୍ୟନ୍ତ ଚାଲିବ। ଏହାପରେ ୧୯ ତାରିଖରେ ମହାପ୍ରଭୁ ନବଯୌବନ ରୂପରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ। ସେପଟେ ଦୁଇଦିନ ପରେ ରଥଯାତ୍ରା ଅନୁଷ୍ଠିତ ହେବାକୁ ଥିବାରୁ ତିନି ରଥର ନିର୍ମାଣ କାର୍ୟ୍ୟ ମଧ୍ୟ ଶେଷ ପର୍ୟ୍ୟାୟରେ ପହଞ୍ଚିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’