ପ୍ରଗତି ମଇଦାନରେ ତ୍ରିରଙ୍ଗା ବଦଳାଇବାକୁ ଖଲିସ୍ତାନୀଙ୍କ ଧମକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଏବେ ବି ଧରାପଡ଼ି ନାହିଁ ଖଲିସ୍ତାନୀ ସମର୍ଥକ ଅମୃତପାଲ ସିଂ । ଅମୃତପାଲଙ୍କୁ ଧରିବାପାଇଁ ‘ପଞ୍ଜାବ ପୋଲିସ ତଲାସି ଅଭିଯାନ ଜାରି ରଖିଛି । ଏହାରି ଭିତରେ ଖଲିସ୍ତାନ ସମର୍ଥକ ରାଜଧାନୀ ଦିଲ୍ଲୀର ପ୍ରଗତି ମଇଦାନରେ ଭାରତୀୟ ତ୍ରିରଙ୍ଗାକୁ ହଟାଇ ଖଲିସ୍ତାନ ପତାକା ଲଗାଇବାକୁ ଧମକ ଦେଇଛନ୍ତି । ଏହି ଧମକ ଏକ ଅଡିଓ ମେସେଜ ମାଧ୍ୟମରେ ଦିଆଯାଇଛି । ଏହି ଘଟଣାକୁ ନେଇ ଦିଲ୍ଲୀ ପୋଲିସ ମାମଲା ରୁଜୁ କରିଛି ।

ଦିଲ୍ଲୀ ପୋଲିସରେ ଜଣେ ବ୍ୟକ୍ତି ଅଭିଯୋଗ ଆଣିଥିଲେ କି ଯେତେବେଳେ ସେ ୱାୟା ଫ୍ଲାଇଟ ମୁମ୍ବାଇରୁ ଦିଲ୍ଲୀ ପହଞ୍ଚିଲେ ସେତେବେଳେ ଏୟାରପୋର୍ଟରେ ଓହ୍ଲାଇବା ସମୟରେ ତାଙ୍କ ଫୋନରେ ପୂର୍ବରୁ ରେକର୍ଡ ହୋଇଥିବା ଏକ ଅଡିଓ ମେସେଜ ରିସିଭ ହୋଇଥିଲା । ଯେଉଁଥିରେ ତ୍ରିରଙ୍ଗାକୁ ହଟାଇ ଖଲିସ୍ତାନୀ ପତାକା ଲଗାଯାଇଥିବା ଧମକ ଦିଆଯାଇଥିଲା । ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ ୟୁନିଟ ଅଭିଯୋଗ ଆଧାରରେ ଯାଞ୍ଚ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ