Masthead

ରାଜ୍ୟରେ ହିଂସାକୁ ବରଦାସ୍ତ କରାଯିବ ନାହିଁ, ତୁରନ୍ତ ପଦକ୍ଷେପ ନେବାକୁ ଜିଲ୍ଲାପାଳ ଓ ଏସପିଙ୍କୁ ନିର୍ଦ୍ଦେଶ: ସିଇଓ

ଖଲ୍ଲିକୋଟ (ବଡ଼ ଖବର ବ୍ୟୁରୋ): ଖଲ୍ଲିକୋଟରେ ରାଜନୈତିକ ହିଂସାକୁ ନେଇ ଉଦବେଗ ପ୍ରକାଶ କଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ନିର୍ବାଚନ ସମୟରେ ରାଜ୍ୟରେ ହିଂସାକୁ ବରଦାସ୍ତ କରାଯିବ ନାହିଁ । ଗଞ୍ଜାମରେ ନିର୍ବାଚନୀ ହିଂସା ରୋକିବା ଦିଗରେ ତୁରନ୍ତ ପଦକ୍ଷେପ ନେବାକୁ ଗଞ୍ଜାମ ଜିଲ୍ଲାପାଳ ଓ ଏସପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସିଇଓ । ଗତକାଲି ଖଲ୍ଲିକୋଟରେ ପୋଷ୍ଟର ମାରିବାକୁ ନେଇ ବିଜେଡି-ବିଜେପି କର୍ମୀ ହାତାହାତି ହୋଇଥିଲେ । ଉଭୟ ପକ୍ଷର ୭ ଗୁରୁତର ଭାବେ ଆହତ ହୋଇଥିବା ବେଳେ ଜଣେ ବିଜେପି କର୍ମୀଙ୍କ ମୃତ୍ୟୁ ଘଟିଛି। ଗୁରୁତର ଆହତଙ୍କୁ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର ହୋଇଛନ୍ତି। ଖଲ୍ଲିକୋଟ ଥାନା ଅନ୍ତର୍ଗତ ଶ୍ରୀକୃଷ୍ଣ ଶରଣ ପୁର ଗ୍ରାମରେ ବୁଧବାର ରାତିରେ ଘଟିଛି ଏଭଳି ଏକ ଅଭାବନୀୟ ଘଟଣା । ବିଜେପି କର୍ମୀ ମାନେ ବିଧାୟକ ପ୍ରାର୍ଥୀ ପୂର୍ଣ୍ଣଚନ୍ଦ୍ର ସେଠିଙ୍କ ପୋଷ୍ଟର ଲଗାଉଥିଲେ।ଜଣେ ବ୍ୟକ୍ତିଙ୍କ ଘର ଆଗରେ ବିଜେପି ପୋଷ୍ଟର ଲଗାଇବାରୁ ସେ ଏହାକୁ ବିରୋଧ କରିଥିଲେ। ଯାହାକୁ ନେଇ ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। କ୍ରମେ ଏହା ଉଗ୍ରରୂପ ଧାରଣ କରିଥିଲା।

ପରସ୍ପରଙ୍କ ଉପରେ ଖଣ୍ଡାରେ ଆକ୍ରମଣ କରିଥିଲେ। ଆକ୍ରମଣରେ ବିଜେପି ନେତା ରାମ ପାହାନଙ୍କ ଦୁଇ ପୁତ୍ର ଦିଲ୍ଲୀପ ପାହାନ ଓ ଜିତେନ୍ଦ୍ର ପାହାନ ଆହତ ହୋଇଥିବା ବେଳେ ପରବର୍ତ୍ତୀ ସମୟରେ ଦିଲ୍ଲୀପଙ୍କ ମୃତ୍ୟୁ ଘଟିଛି। ଦିଲ୍ଲୀପଙ୍କ ଶଳା ବାପୁଜୀ ପାହାନ ଏବଂ ସମ୍ପର୍କୀୟ ଦାଦା ଅଭି ପାହାନ ଗୁରୁତର ଆହତ ହୋଇଛନ୍ତି। ଅନ୍ୟପକ୍ଷରେ ବିଜେଡି କର୍ମୀ ସୁଦର୍ଶନ ପାହାନ, କାର୍ତ୍ତିକ ପରିଡା, କାଳିଆ ପ୍ରଧାନ ଓ ଆଉ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି । ଏହି ଘଟଣାକୁ ନେଇ ଏବେ ଖଲ୍ଲିକୋଟରେ ଚାପା ଉତ୍ତେଜନା ଦେଖିବାକୁ ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ