Masthead

‘ବାଜପେୟୀଙ୍କ ଫଟୋ ରଖି ଭୋଟ୍ ମାଗିବି’

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ଲୋକସଭା ଟିକେଟ ଘୋଷଣା ପରେ ବାଲେଶ୍ୱର ରାଜନୀତି ସରଗରମ । ବିଜେପିରେ ରହି ସ୍ଵାଧୀନ ଲଢିବେ ଖାରବେଳ ସ୍ବାଇଁ । ବାଲେଶ୍ୱର ସାଂସଦ ଟିକେଟ ପାଇଁ ଆଶାୟୀ ଥିଲେ ଖାରବେଳ । ଟିକେଟ ନେଇଗଲେ ପ୍ରତାପ ଷଡଙ୍ଗୀ । ଦଳରେ ରହି ପୁଣି ସାଂସଦ ପ୍ରାର୍ଥୀ ହୋଇ ନିର୍ବାଚନ ଲଢ଼ିବେ ବୋଲି ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଲେ ଖାରବେଳ ସ୍ବାଇଁ । ଖାରବେଳ କହିଛନ୍ତି, ବାଜପେୟୀଙ୍କ ଫଟୋ ରଖି ଭୋଟ୍ ମାଗିବେ ।

ବିଜେପିର ବିକାଶ କଥା କହି ଲୋକଙ୍କ ପାଖକୁ ଯିବେ । କିନ୍ତୁ ସେ ଦଳରୁ ଇସ୍ତଫା ଦେବେ ନାହିଁ ବୋଲି ମଧ୍ୟ କହିଛନ୍ତି । ଗତଥର ଖାରବେଳ ସ୍ୱାଇଁ କନ୍ଧମାଳ ଲୋକସଭା ଆସନରୁ ବିଜେପିରୁ ପ୍ରାର୍ଥୀ ହୋଇ ପରାଜିତ ହୋଇଥିଲେ । ଚଳିତଥର କିନ୍ତୁ ସେ କନ୍ଧମାଳରୁ ଲଢିବେ ନାହିଁ ବୋଲି ପୂର୍ବରୁ ସ୍ପଷ୍ଟ କରିଥିଲେ । ଏଥର ବାଲେଶ୍ୱର ଲୋକସଭା ଆସନ ପାଇଁ ଖାରବେଳ ଆଶାୟୀ ଥିଲେ । ଏପରିକି ବାଲେଶ୍ୱରରୁ ଲଢିବାକୁ ଇଚ୍ଛା ଥିବା ନେଇ ଦଳର ନେତୃତ୍ୱଙ୍କୁ ଜଣାଇଥିଲେ । କିନ୍ତୁ ଗତକାଲି ଘୋଷଣା ହୋଇଥିବା ପ୍ରାର୍ଥୀ ତାଲିକାରେ ଖାରବେଳଙ୍କର ନାଁ ନଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି