ଆଜି ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ । ଏହି ସ୍ୱତନ୍ତ୍ର ନୀତି  ସମୟରେ ଭକ୍ତମାନେ ଠାକୁରଙ୍କ ଦର୍ଶନ ପାଇବେ  ନାହିଁ । ଦଇତାପତି ସେବକମାନେ ଠାକୁରଙ୍କ ଏହି  ସେବା କରିବେ । ଶ୍ରୀମନ୍ଦିର ପ୍ରଶାସନର ଲୋକ  ସମ୍ପର୍କ ଅଧିକାରୀ ଜିତେନ୍ଦ୍ର କୁମାର ମହାନ୍ତିଙ୍କ ସୂଚନା  ଅନୁସାରେ ସୋମବାର ଅପରାହ୍ନ ୬ଟାରୁ ରାତି ପ୍ରାୟ  ୧୦ଟା ପର୍ଯ୍ୟନ୍ତ ଦର୍ଶନ କଟକଣା ରହିଛି ।

ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ଦଇତାପତିମାନେ ଗର୍ଭଗୃହକୁ  ପ୍ରବେଶ କରି ଠାକୁରଙ୍କ ଖସାପଡ଼ା ନୀତି ସମ୍ପନ୍ନ  କରିବେ । ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଏହି  ନୀତି ପାଳନ କରାଯାଏ । ତେବେ ସେଦିନର ଠାକୁରଙ୍କ  ନୀତି ଉପରେ ଦର୍ଶନ କଟକଣା ସମୟ ନିର୍ଭର କରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!