Masthead

ଖସାପଡ଼ା ଲାଗି ନୀତି ପାଇଁ ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ(ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିରରେ ୪ ଘଣ୍ଟା ପାଇଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ । ଖସାପଡ଼ା ଲାଗି ନୀତି ପାଇଁ ୪ ଘଣ୍ଟା ବନ୍ଦ ରହିବ ଦର୍ଶନ । ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ । ଦ୍ବିତୀୟ ଭୋଗ ମଣ୍ଡପରେ ଭୋଗ ଲାଗି ପରେ ହେବ ଖସାପଡ଼ା ଲାଗି ନୀତି । ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ହି ସୂଚନା ଦିଆଯାଇଛି । ଶ୍ରୀମନ୍ଦିରର ବିଭିନ୍ନ ପରମ୍ପରା ମଧ୍ୟରୁ ଶ୍ରୀଜିଉଙ୍କ ଖସାପଡା ନୀତି ଅନ୍ୟତମ ।

ଏହା ଏକ ଗୁପ୍ତ ସେବା ହେଇଥିବାରୁ ନୀତି ସମୟରେ ଦର୍ଶନରୁ ବଞ୍ଚିତ ରହିବେ ଶ୍ରଦ୍ଧାଳୁ । ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଶ୍ରୀପୟର ସୁରକ୍ଷା ପାଇଁ ଏହି ନୀତି ଅନୁଷ୍ଠିତ ହୋଇଥାଏ । ମହାପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡାରେ ଘୋଡାଇ ଦିଆଯାଏ । ଏହି ନୀତି ପାଇଁ ପୂର୍ବ ଦିନରୁ ଦେଉଳକରଣ ଧଳାକନା ଧୋଇ ଶୁଖାଇ ଗାରଦରେ ଜମା ଦେଇଥାନ୍ତି । ସେହିପରି ଶୁଦ୍ଧସୁଆର ଖଳି, କଇଁଥ ଅଠା ଯୋଗାଇଥାନ୍ତି। ମଧ୍ୟାହ୍ନ ଧୂପ ପରେ ଜୟ ବିଜୟ ଦ୍ୱାର ବନ୍ଦ କରାଯାଏ । ବେହେରଣ ଦ୍ୱାର ଦେଇ ଦଇତାପତିମାନେ ଗର୍ଭଗୃହକୁ ଯାଇ ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କର ଏହି ଗୁପ୍ତ ନୀତି ସମ୍ପନ୍ନ କରିଥାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି