Masthead

ଖସାପଡ଼ା ଲାଗି ନୀତି ପାଇଁ ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ(ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିରରେ ୪ ଘଣ୍ଟା ପାଇଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ । ଖସାପଡ଼ା ଲାଗି ନୀତି ପାଇଁ ୪ ଘଣ୍ଟା ବନ୍ଦ ରହିବ ଦର୍ଶନ । ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ । ଦ୍ବିତୀୟ ଭୋଗ ମଣ୍ଡପରେ ଭୋଗ ଲାଗି ପରେ ହେବ ଖସାପଡ଼ା ଲାଗି ନୀତି । ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ହି ସୂଚନା ଦିଆଯାଇଛି । ଶ୍ରୀମନ୍ଦିରର ବିଭିନ୍ନ ପରମ୍ପରା ମଧ୍ୟରୁ ଶ୍ରୀଜିଉଙ୍କ ଖସାପଡା ନୀତି ଅନ୍ୟତମ ।

ଏହା ଏକ ଗୁପ୍ତ ସେବା ହେଇଥିବାରୁ ନୀତି ସମୟରେ ଦର୍ଶନରୁ ବଞ୍ଚିତ ରହିବେ ଶ୍ରଦ୍ଧାଳୁ । ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଶ୍ରୀପୟର ସୁରକ୍ଷା ପାଇଁ ଏହି ନୀତି ଅନୁଷ୍ଠିତ ହୋଇଥାଏ । ମହାପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡାରେ ଘୋଡାଇ ଦିଆଯାଏ । ଏହି ନୀତି ପାଇଁ ପୂର୍ବ ଦିନରୁ ଦେଉଳକରଣ ଧଳାକନା ଧୋଇ ଶୁଖାଇ ଗାରଦରେ ଜମା ଦେଇଥାନ୍ତି । ସେହିପରି ଶୁଦ୍ଧସୁଆର ଖଳି, କଇଁଥ ଅଠା ଯୋଗାଇଥାନ୍ତି। ମଧ୍ୟାହ୍ନ ଧୂପ ପରେ ଜୟ ବିଜୟ ଦ୍ୱାର ବନ୍ଦ କରାଯାଏ । ବେହେରଣ ଦ୍ୱାର ଦେଇ ଦଇତାପତିମାନେ ଗର୍ଭଗୃହକୁ ଯାଇ ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କର ଏହି ଗୁପ୍ତ ନୀତି ସମ୍ପନ୍ନ କରିଥାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି