Masthead

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅନବସର ସେବା, ଆଜି ଖଡି ପ୍ରସାଦ ବିଜେ ସହ ବନକଲାଗି ନୀତି

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଅଣବସରର ଚତୁର୍ଦ୍ଦଶୀ ତିଥିରେ ଦତ୍ତମହାପାତ୍ର ସେବାୟତଙ୍କ ଦ୍ୱାରା ଖଡି ପ୍ରସାଦ ବିଜେ ସହ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଘଣ୍ଟ, ଛତା, କାହାଳୀ ମଧ୍ୟରେ ଶ୍ରୀନହରକୁ ଖଡ଼ିପ୍ରସାଦ ବିଜେ କରାଯିବ। ମହାପ୍ରଭୁଙ୍କୁ ଲାଗି ହୋଇଥିବା ଖଡିପ୍ରସାଦ ଦଇତାପତି ଓ ଦତ୍ତମହାପାତ୍ର ସେବକମାନେ ରୂପା ଥାଳିରେ ଆଣି ଗଜପତି ମହାରାଜାଙ୍କୁ ପ୍ରସାଦ ଅର୍ପଣ କରିବେ।

ଏହାପରେ ଦତ୍ତମହାପାତ୍ର ସେବାୟତମାନେ ହିଙ୍ଗୁଳ, ହରିତାଳ, କେଶର, କସ୍ତୁରୀ, ଧଳା ଓ କଳା ରଙ୍ଗ ବ୍ୟବହାର କରି ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର କରିବେ। ଏହି ବନକଲାଗି ନୀତି ଆଜି ଅନୁଷ୍ଠିତ ହେବାକୁ ଥିବାବେଳେ ଦତ୍ତମହାପାତ୍ର ସେବାୟତ ମାନେ ମହାପ୍ରଭୁଙ୍କ ଏହି ନୀତି କରିବେ। ତେବେ ଚଳିତ ବର୍ଷ ୧୩ ଦିନ ଅଣସର ପଡୁଥିବା ବେଳେ ମହାପ୍ରଭୁଙ୍କ ନବଯୌବନ ଦର୍ଶନରୁ ଭକ୍ତ ମାନେ ବଞ୍ଚିତ ରହିବେ।

ସେହିପରି ରଥଯାତ୍ରା ଦିନ ମହାପ୍ରଭୁଙ୍କର ନବଯୌବନ ଓ ନେତ୍ରୋତ୍ସବ ପଡୁଥିବାରୁ ଅନେକ ଗୁଡ଼ିଏ ନୀତି କାନ୍ତି ରହିଛି। ଭକ୍ତ ମାନେ ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ସହ ରଥ ଟାଣିବାର ସୁଯୋଗ ପାଇବେ। ସେପଟେ ଦୁଇଦିନ ପରେ ରଥଯାତ୍ରା ଅନୁଷ୍ଠିତ ହେବାକୁ ଥିବାରୁ ତିନି ରଥର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ରଥଯାତ୍ରାକୁ ନେଇ ପ୍ରଶାସନିକ ସ୍ତରରେ ସମସ୍ତ ପ୍ରସ୍ତୁତିକୁ ଜୋରଦାର କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ