Masthead

ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀ ମାମଲା, ରାୟ ସଂରକ୍ଷିତ

ଖୋର୍ଦ୍ଧା (ବଡ଼ ଖବର ବ୍ୟୁରୋ):  ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀ ମାମଲା । ଖୋର୍ଦ୍ଧା କୋର୍ଟରେ ଶୁଣାଣି ଶେଷ, ରାୟ ସଂରକ୍ଷିତ । ପୀତାମ୍ବର ଆଚାର୍ୟ୍ୟଙ୍କ ସମେତ ୪୦ ଆଇନଜୀବୀଙ୍କ ଯୁକ୍ତି ଉପସ୍ଥାପନ । ଗତ ୨୫ ତାରିଖରେ ବୋଲଗଡ଼ ବ୍ଲକ କାଉଁରିପାଟଣା ବୁଥରେ ଇଭିଏମ ଭଙ୍ଗା ଘଟଣାରେ ପୋଲିସ ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ତଥା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା । ଆଜି ତାଙ୍କର ଜାମିନ ଆବେଦନ ଶୁଣାଣି ବେଳେ ବରିଷ୍ଠ ଆଇନଜୀବୀ ପିତାମ୍ବର ଆଚାର୍ୟ୍ୟଙ୍କ ସମେତ ଖୋର୍ଦ୍ଧା ବାରର ୪୦ରୁ ଉର୍ଦ୍ଧ ଆଇନଜୀବୀ ପ୍ରଶାନ୍ତଙ୍କ ସପକ୍ଷରେ ଯୁକ୍ତି ରଖିଥିଲେ ।

କୋର୍ଟ ପ୍ରଶାନ୍ତଙ୍କ ଓକିଲଙ୍କ ସହ ସରକାରୀ ଓକିଲଙ୍କ ଯୁକ୍ତି ଶୁଣିବା ପରେ ରାୟ ସଂରକ୍ଷିତ ରଖିଛନ୍ତି । ତେବେ କୋର୍ଟ ବାହାରେ ଆଇନଜୀବୀ ତଥା ବିଜେପି ମୁଖପାତ୍ର ପିତାମ୍ବର ଆଚାର୍ଯ୍ୟ ପ୍ରଶାନ୍ତଙ୍କ ଗିରଫଦାରୀ ଘଟଣାକୁ ଚକ୍ରାନ୍ତ କହିବା ସହ ଏଥିପାଇଁ ମୁଖ୍ୟ ଚକ୍ରାନ୍ତ କାରି ରାଜ୍ୟର ଦୁଇ ବରିଷ୍ଠ ଆଇପିଏସ ଅଧିକାରୀ ଡିଏସ କୁଟେ ଏବଂ ଆଶିଷ ସିଂଙ୍କ ବିରୋଧରେ ଇସିଆଇ କାର୍ୟ୍ୟାନୁଷ୍ଠାନ ନେଇଥିବା କହିଛନ୍ତି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ