Masthead

ଡେଲିଭରୀ ବୟଙ୍କୁ ଅପହରଣ !

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜଧାନୀରେ ଡେଲିଭରୀ ବୟଙ୍କୁ ଅପହରଣ ! ଭୁବନେଶ୍ୱରର ଧଉଳି ଥାନା ଅଞ୍ଚଳରୁ ଜଣେ ଡେଲିଭରି ବୟଙ୍କୁ ଅପହରଣ କରି ନିଆଯାଇଥିବା ଅଭିଯୋଗ ହୋଇଛି। ଲିଙ୍ଗିପୁର ପାଖ ଦୟାନଦୀ ନିକଟସ୍ଥ ରାସ୍ତାରୁ ତାଙ୍କର ଚପଲ, ବ୍ୟାଗ୍‌, ମନିପର୍ସ ଓ ଗଞ୍ଜି ମିଳିଛି। ଏହି ଡେଲିଭରୀ ବୟଙ୍କ ନାଁ ପତିତପାବନ ପୃଷ୍ଟି। ସେ ନୂଆଗାଁ ସ୍ଥିତ ବିଜୟ ବିହାରରେ ଭଡ଼ା ଘରେ ରହନ୍ତି। ସେ ତାଙ୍କ ପରିବାର ଲୋକଙ୍କୁ ଏକ ଭଏସ୍ ମେସେଜ୍‌ ଯୋଗେ ତାଙ୍କୁ ଅପହରଣ କରାଯାଇଥିବା ସୂଚନା ଦେଇଛନ୍ତି।

ତେବେ କେଉଁ ପରିସ୍ଥିତିରେ ଓ କିଭଳି ଭାବେ ତାଙ୍କୁ ଅପହରଣ କରାଯାଇଛି, ସେ ନେଇ କିଛି ସ୍ପଷ୍ଟ ହୋଇନି। ପତିତପାବନଙ୍କ ପରିବାର ଲୋକେ ଘଟଣା ସଂପର୍କରେ ଧଉଳି ଥାନାରେ ଏତଲା ଦେଇଛନ୍ତି। ପୁଲିସ୍ ପତିତପାବନଙ୍କ ଚପଲ, ବ୍ୟାଗ ଓ ମନିପର୍ସ ଆଦି ପଡ଼ିଛି ଜବତ କରିଛି। ଘଟଣାସ୍ଥଳରୁ ଏକ ଛୁରୀ ମଧ୍ୟ ଜବତ କରାଯାଇଛି। ପତିତପାବନଙ୍କ ପତ୍ନୀଙ୍କ କହିବା ଅନୁଯାୟୀ, ରାତି ୧୦ଟା ୧୫ରେ ତାଙ୍କ ନିକଟକୁ ଏକ ଭଏସ୍ ମେସେଜ୍ ଆସିଥିଲା।

ତେବେ ସେ ଦେଖି ନଥିଲେ। ରାତି ପ୍ରାୟ ୨ଟା ବେଳେ ସେ ଭଏସ୍‌ ମେସେଜ୍ ଶୁଣିଥିଲେ। ତାଙ୍କ ସ୍ୱାମୀ ଭଏସ୍ ମେସେଜ୍ ପଠାଇ ତାଙ୍କୁ ଅପହରଣ କରାଯାଇଥିବା କହିଥିଲେ। ତାଙ୍କୁ ଏକ ଅଟୋରେ ବସାଇ ପେଟରେ ଛୁରୀ ରଖି ୪ ଜଣ ଲୋକ ନେଇ ଯାଉଥିବା ସେ କହିଥିଲେ। ଏହାପରେ ପରିବାର ଲୋକେ ତାଙ୍କୁ ଖୋଜାଖୋଜି କରିବା ପାଇଁ ବାହାରି ଯାଇଥିଲେ। ସୂଚନାଯୋଗ୍ୟ, ପ୍ରାୟ ୧୦ ଦିନ ତଳେ ଭୁବନେଶ୍ୱରର ଜୟଦେବ ବିହାରର ବିଜୁପଟ୍ଟନାୟକ କଲେଜ ଛକ ନିକଟ ରାସ୍ତାକଡ଼ରୁ ଜଣେ ଡେଲିଭରି ବୟଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ସେ ଜଗତସିଂହପୁର ଜିଲ୍ଲା ଲୋକ ହୋଇଥିବା ବେଳେ ପାଣ୍ଡରାରେ ରହି ଡେଲିଭରି ବୟ ଭାବେ କାମ କରୁଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର