Masthead

ନାବାଳିକାଙ୍କୁ ଅପହରଣ: ଶୁଣୁନି ପୋଲିସ, ଅନଶନ କଲେ ବାପା ମା’

ଆଠଗଡ଼(ବଡ଼ ଖବର ବ୍ୟୁରୋ): ନାବାଳିକାଙ୍କୁ ଅପହରଣ ଅଭିଯୋଗ, ଥାନା ଆଗରେ ଆମରଣ ଅନଶନ କଲେ ବାପା ମା’ । ତିଗିରିଆ ଥାନା ଅନ୍ତର୍ଗତ ବଡ଼ଡନାଉପୁଟ ପଞ୍ଚାୟତ ଶାଳିଜଙ୍ଗା ଗ୍ରାମର ଜଣେ ନାବାଳିକାଙ୍କୁ ଗତ ୧୫ ତାରିଖରୁ ୫ଜଣ ଯୁବକ ଅପହରଣ କରିଥିବା ଥାନାରେ ଅଭିଯୋଗ ହୋଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଥାନା ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇନାହିଁ । ଏହାକୁ ନେଇ ନାବାଳିକାଙ୍କ ବାପା ମା’ ଥାନା ସମ୍ମୁଖରେ ଆମରଣ ଅନଶନରେ ବସିଛନ୍ତି । କହିଛନ୍ତି ଯେପର୍ଯ୍ୟନ୍ତ ତାଙ୍କ ଝିଅକୁ ଉଦ୍ଧାର ନକରାଯାଇଛି ସେ ପର୍ଯ୍ୟନ୍ତ ଅନଶନରେ ବସିବେ।

ତେବେ ଗତ କିଛି ବର୍ଷ ମଧ୍ୟରେ ରାଜ୍ୟରେ ଏପରି ଅନେକ ଅପରାଧ ବଢ଼ିଚାଲିଛି। ମୁଖ୍ୟତଃ ରାଜ୍ୟରେ ମହିଳା ମାନଙ୍କ ବିରୋଧରେ ଅପରାଧ ବଢ଼ୁଛି। ସେହିପରି ନାବାଳିକାଙ୍କ ବିରୋଧରେ ମଧ୍ୟ ଅପରାଧ ବଢ଼ିବାରେ ଲାଗିଛି। ପାରୀ, ପିହୁ ପରି ଅନେକ ଛୋଟ ଛୋଟ ପିଲା ହଠାତ ଗାଏବ ହେଇଯାଉଛନ୍ତି। ଏଭଳି ପରିସ୍ଥିତିରେ ପୋଲିସ ଏପରି ଏକ ମାମଲାକୁ ଗମ୍ଭୀର ଭାବେ ନନେବା ଏକ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି