Masthead

ଜମିବାଡିକୁ କେନ୍ଦ୍ର କରି ହତ୍ୟା

ସୋନପୁର(ବଡ଼ ଖବର ବ୍ୟୁରୋ): ଜମିବାଡ଼ି ବିବାଦକୁ ନେଇ ଗଡିଲା ମୁଣ୍ଡ । ସାମାନ୍ୟ ବଚସାରୁ ଟାଙ୍ଗିଆରେ ହାଣି ହତ୍ୟା । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଥାନା ଅନ୍ତର୍ଗତ ଆମ୍ବସରଭଟା ଗାଁରେ । ସୂଚନା ଅନୁସାରେ ଜମି ବାଡିକୁ ନେଇ ଗାଁର ବଙ୍କା ସାହୁ ଓ ଚକା ସାହୁଙ୍କ ଭିତରେ ବିଲରେ କଥା କଟାକଟି ହୋଇଥିଲା ।

ତେବେ ଘରକୁ ଆସି ପୁଣି ଗଣ୍ଡଗୋଳ ହୋଇଥିବାବେଳେ ଚକା ସାହୁଙ୍କ ବାପ ପୁଅ ମିଶି ବଙ୍କାଙ୍କ ବେକକୁ ଟାଙ୍ଗିଆରେ ଏକ ଚୋଟ ମାରିଥିଲେ । ଫଳରେ ଘଟଣା ସ୍ଥଳରେ ତାଙ୍କ ମୃତ୍ୟୁ ହୋଇଥିଲା। ତାଙ୍କ ପୁଅ ସୁରେନ୍ଦ୍ର ଉଦ୍ଧାର କରିବାକୁ ଯାଇଥିବାବେଳେ ତାଙ୍କ ଦେହରେ ମଧ୍ୟ ଚୋଟ ଲାଗିଥିବାରୁ ସେ ଗୁରୁତର ହୋଇଛନ୍ତି । ସୁବଳୟା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବକୁ ଜବତ କରିବା ସହ ଅଧିକ ଅନୁସଂଧାନ କରୁଥିବା ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା