କିରଣ ଖେରଙ୍କୁ କ୍ୟାନ୍ସର

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ବଲିଉଡ ଅଭିନେତ୍ରୀ କିରଣ ଖେରଙ୍କୁ କ୍ୟାନ୍ସର। ବଲିଉଡ ଫିଲ୍ମର ଜଣେ ଆଗଧାଡ଼ିର କଳାକାର ତଥା ବିଜେପି ସାଂସଦ କିରଣ ଖେର ବ୍ଲଡ କ୍ୟାନସରରେ ଆକ୍ରାନ୍ତ ହୋଇଛନ୍ତି। ମୁମ୍ୱାଇର ଏକ ହସ୍ପିଟାଲରେ କିରଣଙ୍କ ଚିକିତ୍ସା ଚାଲିଛି। କିରଣ ଖେର ଅନୁପମ ଖେରଙ୍କ ସ୍ତ୍ରୀ। କିରଣ ଖେର ବ୍ଲଡ କ୍ୟାନସରରେ ଆକ୍ରାନ୍ତ ହେବା ଖବର ସାମ୍ନାକୁ ଆସିବା ପରେ ଫିଲ୍ମ ଜଗତ ସମେତ, ତାଙ୍କ ଶୁଭେଚ୍ଛୁ ଏବେ ହତବାକ ହୋଇଛନ୍ତି। କିରଣ ମଲଟିପୁଲ ମାଇଲୋମାରେ ଆକ୍ରାନ୍ତ।

ଯାହାକି ଏକ ପ୍ରକାର ବ୍ଲଡ କ୍ୟାନସର। ମାର୍ଚ୍ଚ ୩୧ରେ ରାଜ୍ୟ ବିଜେପି ସଭାପତି ଅରୁଣ ସୁଦ ସାଂସଦ କିରଣ ଖେରଙ୍କ ଅନୁପସ୍ଥିତି ବାବଦରେ କଂଗ୍ରେସର ଏକ ଅଭିଯୋଗର ଜବାବ ଦେଇଥିଲେ। ଆଉ ଏହି ସମୟରେ ସେ କହିଥିଲେ କିରଣ ଖେର କ୍ୟାନସରରେ ଆକ୍ରାନ୍ତ। ଯେଉଁଥିପାଇଁ ସେ ଆସନ୍ତା କିଛି ଦିନ ପାଇଁ ତାଙ୍କ ଲୋକସଭା ଆସନ ତଥା ଚଣ୍ଡିଗଡ଼ ସହରକୁ ଆସିପାରିବେ ନାହିଁ। ତେବେ ବର୍ତ୍ତମାନ ତାଙ୍କ ଅବସ୍ଥା ଭଲ ଥିବା ଅରୁଣ ସୁଦ କହିଛନ୍ତି।

https://twitter.com/AnupamPKher/status/1377505935715885059?s=20

ରାଜ୍ୟ ବିଜେପି ସଭାପତି କହିଛନ୍ତି ଯେ ଲକଡାଉନରେ ମଧ୍ୟ କିରଣ ଚଣ୍ଡିଗଡ଼ରେ ରହି ଲୋକଙ୍କୁ ସହଯୋଗ କରୁଥିଲେ। ତେବେ ନଭେମ୍ବରରେ ତାଙ୍କ ହାତ ଭାଙ୍ଗିଯାଇଥିଲା। ଏହା ପରେ ସେ ଚଣ୍ଡିଗଡ଼ରେ ଚିକିତ୍ସିତ ହୋଇଥିଲେ। ଏହି ସମୟରେ ସେ ମଲ୍ଟିପୁଲ୍ ମାଇଲୋମା ନାମକ ରୋଗରେ ଆକ୍ରାନ୍ତ ଥିବା ଦେଖିବାକୁ ମିଳିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ