Masthead

କଂଗ୍ରେସରୁ କିରଣ ରେଡ୍ଡୀଙ୍କ ଇସ୍ତଫା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କଂଗ୍ରେସରୁ ଇସ୍ତଫା ଦେଲେ କିରଣ ରେଡ୍ଡୀ । କଂଗ୍ରେସର ବରିଷ୍ଠ ନେତା ତଥା ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ କିରଣ କୁମାର ରେଡ୍ଡୀ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ରେଡ୍ଡୀ ତାଙ୍କର ଇସ୍ତଫା ପତ୍ର ଦଳର ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କ ନିକଟକୁ ପଠାଇଛନ୍ତି। ରେଡ୍ଡୀ ଅବିଭକ୍ତ ଆନ୍ଧ୍ରପ୍ରଦେଶର ଶେଷ ମୁଖ୍ୟମନ୍ତ୍ରୀ ଥିଲେ। ୨୦୧୦ ନଭେମ୍ବର ୨୫ରୁ ୨୦୧୪ ମାର୍ଚ୍ଚ ୧ ପର୍ଯ୍ୟନ୍ତ ସେ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଥିଲେ। ୨୦୧୪ ଜୁନ୍ ୨ରେ ଆନ୍ଧ୍ରପ୍ରଦେଶର ବିଭାଜନ କରାଯାଇ ତେଲଙ୍ଗାନା ରାଜ୍ୟ ଗଠନ ହୋଇଥିଲା। ୨୦୧୪ରେ ରେଡ୍ଡୀ ନିଜସ୍ବ ଆଞ୍ଚଳିକ ଦଳ ଗଠନ କରିଥିଲେ। ମାତ୍ର ୨୦୧୪ ଲୋକସଭା ନିର୍ବାଚନରେ ଦଳର ଶୋଚନୀୟ ପରାଜୟ ହୋଇଥିଲା।

୨୦୧୮ ଜୁଲାଇରେ ସେ ପୁନର୍ବାର କଂଗ୍ରେସକୁ ଫେରିଥିଲେ। କଂଗ୍ରେସରେ ଯୋଗ ଦେବା ସତ୍ତ୍ବେ ମଧ୍ୟ ସେ ରାଜନୀତିରେ ନିଷ୍କ୍ରିୟ ରହିଥିଲେ। ଏବେ ସେ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ଆଗାମୀ ଦିନରେ ସେ ବିଜେପିରେ ଯୋଗ ଦେବାର ସମ୍ଭାବନା ରହିଛି। କିରଣ ରେଡ୍ଡି ବାଲ୍ମିକୀପୁରମ ଆସନରୁ ବିଧାନସଭାକୁ ୧୯୮୯, ୧୯୯୯ ଓ ୨୦୦୪ରେ ନିର୍ବାଚିତ ହୋଇଥିଲେ। ୨୦୦୯ରେ ସେ ପିଲେରୁ ଆସନରୁ ବିଜୟୀ ହୋଇଥିଲେ। ରେଡ୍ଡୀ ଆନ୍ଧ୍ରପ୍ରଦେଶର ୧୩ ତମ ବିଧାନସଭାର ବାଚସ୍ପତି ନିର୍ବାଚିତ ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ