Masthead

କଂଗ୍ରେସରୁ କିରଣ ରେଡ୍ଡୀଙ୍କ ଇସ୍ତଫା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କଂଗ୍ରେସରୁ ଇସ୍ତଫା ଦେଲେ କିରଣ ରେଡ୍ଡୀ । କଂଗ୍ରେସର ବରିଷ୍ଠ ନେତା ତଥା ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ କିରଣ କୁମାର ରେଡ୍ଡୀ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ରେଡ୍ଡୀ ତାଙ୍କର ଇସ୍ତଫା ପତ୍ର ଦଳର ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କ ନିକଟକୁ ପଠାଇଛନ୍ତି। ରେଡ୍ଡୀ ଅବିଭକ୍ତ ଆନ୍ଧ୍ରପ୍ରଦେଶର ଶେଷ ମୁଖ୍ୟମନ୍ତ୍ରୀ ଥିଲେ। ୨୦୧୦ ନଭେମ୍ବର ୨୫ରୁ ୨୦୧୪ ମାର୍ଚ୍ଚ ୧ ପର୍ଯ୍ୟନ୍ତ ସେ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଥିଲେ। ୨୦୧୪ ଜୁନ୍ ୨ରେ ଆନ୍ଧ୍ରପ୍ରଦେଶର ବିଭାଜନ କରାଯାଇ ତେଲଙ୍ଗାନା ରାଜ୍ୟ ଗଠନ ହୋଇଥିଲା। ୨୦୧୪ରେ ରେଡ୍ଡୀ ନିଜସ୍ବ ଆଞ୍ଚଳିକ ଦଳ ଗଠନ କରିଥିଲେ। ମାତ୍ର ୨୦୧୪ ଲୋକସଭା ନିର୍ବାଚନରେ ଦଳର ଶୋଚନୀୟ ପରାଜୟ ହୋଇଥିଲା।

୨୦୧୮ ଜୁଲାଇରେ ସେ ପୁନର୍ବାର କଂଗ୍ରେସକୁ ଫେରିଥିଲେ। କଂଗ୍ରେସରେ ଯୋଗ ଦେବା ସତ୍ତ୍ବେ ମଧ୍ୟ ସେ ରାଜନୀତିରେ ନିଷ୍କ୍ରିୟ ରହିଥିଲେ। ଏବେ ସେ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ଆଗାମୀ ଦିନରେ ସେ ବିଜେପିରେ ଯୋଗ ଦେବାର ସମ୍ଭାବନା ରହିଛି। କିରଣ ରେଡ୍ଡି ବାଲ୍ମିକୀପୁରମ ଆସନରୁ ବିଧାନସଭାକୁ ୧୯୮୯, ୧୯୯୯ ଓ ୨୦୦୪ରେ ନିର୍ବାଚିତ ହୋଇଥିଲେ। ୨୦୦୯ରେ ସେ ପିଲେରୁ ଆସନରୁ ବିଜୟୀ ହୋଇଥିଲେ। ରେଡ୍ଡୀ ଆନ୍ଧ୍ରପ୍ରଦେଶର ୧୩ ତମ ବିଧାନସଭାର ବାଚସ୍ପତି ନିର୍ବାଚିତ ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ