Masthead

ରାହୁଲ ଗାନ୍ଧୀଙ୍କ ଉପରେ ବର୍ଷିଲେ କିରନ ରିଜିଜୁ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆମେରିକା ଗସ୍ଥରେ ଅଛନ୍ତି । ଏହି ସମୟରେ ରାହୁଲ ଗାନ୍ଧୀ ବିଜେପି ସରକାରକୁ ଟାଗେର୍ଟ କରିଥିଲେ । ଏହାର ପ୍ରତିକ୍ରିୟା ରଖିଛନ୍ତି କିରନ ରିଜିଜୁ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆମେରିକା ଗସ୍ଥ ସମୟରେ ରାହୁଲ ଗାନ୍ଧୀ ଦେଇଥିବା ମନ୍ତବ୍ୟ ପାଇଁ କେନ୍ଦ୍ର ମନ୍ତ୍ରୀ କିରନ ରିଜିଜୁ ନିନ୍ଦା କରିଛନ୍ତି । ମୋଦିଙ୍କ ପାଇଁ ଗାନ୍ଧିଙ୍କ ଘୃଣା କହି ରିଜିଜୁ କହିଛନ୍ତି ରାହୁଲ ଗାନ୍ଧୀଙ୍କର ଏକମାତ୍ର ଉଦେଶ୍ୟ ଭାରତ ବିଷୟରେ ଖରାପ କଥା କହିବା । ଜଣେ ସାଧାରଣ ଲୋକ ଭାରତର ପ୍ରଧାନମନ୍ତ୍ରୀ ହେବା ରାହୁଲ ଗାନ୍ଧୀ ହଜମ କରିପାରିନାହାନ୍ତି ।

ସେ ଆହୁରୀ ମଧ୍ୟ କହିଛନ୍ତି ଦେଶ ଭିତରେ ହେଉ କିମ୍ବା ଦେଶ ବାହାରେ ରାହୁଲ ଗାନ୍ଧୀ ଯେଉଁଠାରେ ଥାଆନ୍ତୁ , ତାଙ୍କର କେବଳ ଗୋଟିଏ କାମ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିଚ୍ଚା ଦେଖାଇବା ସହିତ ଦେଶକୁ ବଦନାମ କରିବା । ସେ ବୁଝିପାରୁ ନାହାନ୍ତି କାହିଁକି ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏତେ ଘୃଣା କରନ୍ତି ଓ ଦେଶ ବିରୋଧରେ କଥା ହୁଅନ୍ତି । ସେ ଜାଣିବା ଉଚିତ ଯେ ଏହି ଦେଶ ତାଙ୍କ ପରିବାରକୁ ସବୁକିଛି ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର